କୋରାପୁଟ ରେ କୋଙ୍ଗାରୁ କୋର୍ଟ
ଜୟପୁର, 13 ଜୁଲାଇ (ହି.ସ.) ରାୟଗଡ଼ା ପରେ କୋରାପୁଟ ଜିଲ୍ଲାରେ ଦେଖିବାକୁ ମିଳିଛି ଗାଁ ଦାଣ୍ଡରେ ବଳଦ ଦଣ୍ଡ। ଭାଇ ଭ‌ଉଣି ସମ୍ପର୍କରେ ମଧ୍ୟରେ ପ୍ରେମ ସମ୍ପର୍କ ରଖିଥିବାରୁ ଯୁବକ ଯୁବତୀଙ୍କୁ ଦିଆଗଲା ଦଣ୍ଡ। ଗାଁ ଦାଣ୍ଡରେ ଉଭୟଙ୍କୁ ଜୁଆଳି ବାନ୍ଧି ହଳ କରାଇଛନ୍ତି ଗ୍ରାମବାସୀ। ପରେ ଉଭୟଙ୍କୁ ଶୁଦ୍ଧି କରାଯ
କୋରାପୁଟ ରେ କୋଙ୍ଗାରୁ କୋର୍ଟ


ଜୟପୁର, 13 ଜୁଲାଇ (ହି.ସ.) ରାୟଗଡ଼ା ପରେ କୋରାପୁଟ ଜିଲ୍ଲାରେ ଦେଖିବାକୁ ମିଳିଛି ଗାଁ ଦାଣ୍ଡରେ ବଳଦ ଦଣ୍ଡ। ଭାଇ ଭ‌ଉଣି ସମ୍ପର୍କରେ ମଧ୍ୟରେ ପ୍ରେମ ସମ୍ପର୍କ ରଖିଥିବାରୁ ଯୁବକ ଯୁବତୀଙ୍କୁ ଦିଆଗଲା ଦଣ୍ଡ। ଗାଁ ଦାଣ୍ଡରେ ଉଭୟଙ୍କୁ ଜୁଆଳି ବାନ୍ଧି ହଳ କରାଇଛନ୍ତି ଗ୍ରାମବାସୀ। ପରେ ଉଭୟଙ୍କୁ ଶୁଦ୍ଧି କରାଯାଇଛି। ଏଭଳି ଘଟଣା କୋରାପୁଟ ଜିଲ୍ଲାର ନାରାୟଣପାଟଣା ବ୍ଳକ୍ ବରଗି ପଞ୍ଚାୟତ ନାଡିମିଇଟିକି ଗ୍ରାମରେ ଘଟିଯାଇଛି। ରାୟଗଡ଼ା ଜିଲ୍ଲାରେ ସମାନ ଘଟଣା ସାମ୍ନାକୁ ଆସିଲା ପରେ କୋରାପୁଟ ଜିଲ୍ଲାର ଏହି ଭିଡିଓ ଭାଇରାଲ ହୋଇଛି। ପ୍ରାଥମିକ ସୂଚନାରୁ ଘଟଣା କିଛି ଦିନ ତଳେ ଘଟିଥିବା ଜଣାପଡିଛି। ଗ୍ରାମରେ ଜଣେ ଯୁବକ ନିଜ ସମ୍ପର୍କୀୟ ଭ‌ଉଣୀ ସହ ପ୍ରେମ ସମ୍ପର୍କ ରଖି ଧରା ପଡିବା ପରେ ଆଦିବାସୀ ସମାଜର ପ୍ରଥା ଅନୁସାରେ ଏଭଳି ଦଣ୍ଡ ଦିଆଯାଇଥିବା ଜଣାପଡିଛି। ପ୍ରଥା ପାଳନ କରିବାକୁ ଯାଇ ଅମାନବୀୟ କାର୍ଯ୍ୟ କରୁଛି ଯାହାକୁ ସଭ୍ୟ ସମାଜରେ ନିନ୍ଦା କରାଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande