ଭୁବନେଶ୍ୱର, 13 ଜୁଲାଇ (ହି.ସ) ।
ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ କଣ୍ଠଶିଳ୍ପୀ ଶ୍ରୀକାନ୍ତ ଦାସଙ୍କ ବିୟୋଗରେ ଗଭୀର ଶୋକ
ପ୍ରକାଶ କରିଛନ୍ତି ।
ସେ ସୋସିଆଲ ମିଡିଆରେ ନିଜର ଶୋକ
ବାର୍ତାରେ କହିଛନ୍ତି, ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ରୀକାନ୍ତ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ
ଦୁଃଖିତ। ଅନେକ କାଳଜୟୀ ଓଡ଼ିଆ ସଙ୍ଗୀତରେ ସେ ଛାଡ଼ି ଯାଇଥିବା ଛାପ ତାଙ୍କୁ ସର୍ବଦା ସ୍ମରଣୀୟ
କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ
ପ୍ରତି ମୋର ସମବେଦନା ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ