ଭୁବନେଶ୍ୱର, 14 ଜୁଲାଇ (ହି.ସ.) କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ବ୍ଲକ ଅନ୍ତର୍ଗତ ଡୋକ୍ରି ଘାଟି ନିକଟରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ପର୍ଶୁରାମ ଦୁରୁଆ (ପିତା - ବୈଶାଖ ଦୁରୁଆ) ଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ
ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ