ସମ୍ବଲପୁର, ୧୪ ଜୁଲାଇ (ହି.ସ.)- ହୀରାକୁଦ ଜଳଭଣ୍ଡାରରୁ ୨ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ଗୋଟିଏ ଓ ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲା ରହିଛି । ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳପତନ ୬୦୭.୨୩ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୪ ହଜାର ୫୪୧ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୨ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୬୭ ହଜାର ୧୧୬ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି ।
ପ୍ରକାଶ ଥାଉକି, ଗତ ୬ ତାରିଖ ଠାରୁ ହୀରାକୁଦ ଜଳଭଣ୍ଡାରରୁ ଛଡାଯାଉଛି ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ