ବଲାଙ୍ଗିର, 14 ଜୁଲାଇ (ହି.ସ.)
: ଜୁଲାଇ ମାସର କାର୍ଯ୍ୟସୂଚୀ ପ୍ରକାରେ ବଲାଙ୍ଗିର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ସମୁଦାୟ ୫୦ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ସେହି ମଧ୍ୟରୁ ୪୮ ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୨ଟି ସାମୁହିକ ଦରଖାସ୍ତ ଥିଲା । ଜନସାଧାରଣଙ୍କ ଦ୍ଵାରା ଆଗତ ହୋଇଥିବା ୭ ଗୋଟି ମାମଲାର ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଉପସ୍ଥିତିରେ ବିଭିନ୍ନ ବିଭାଗର ଅଧିକାରୀମାନେ ଉକ୍ତ ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଯଥା ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପବିତ୍ର ବେହେରା, ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ଜିଲ୍ଲା ଶିକ୍ଷାଧିକାରୀ, ଜିଲ୍ଲା ମୁଖ୍ୟ ମତ୍ସ୍ୟ ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ, ମୁଖ୍ୟ ଯୋଗାଣ ଅଧିକାରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ, ମୁଖ୍ୟ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ସହ ସ୍ନିଗ୍ଧାରାଣୀ ତ୍ରିପାଠୀ ଏବଂ ଅନନ୍ୟ କର୍ମଚାରୀବୃନ୍ଦ ଉପସ୍ଥିତ ଥିଲେ ।
-
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ