ଭୁବନେଶ୍ୱର,୧୪ ଜୁଲାଇ (ହି.ସ) - ବାଲେଶ୍ୱର ଏଫ ଏମ୍ କଲେଜ ଛାତ୍ରୀଙ୍କ ଆତ୍ମଦାହ ଉଦ୍ୟମ ଘଟଣାରେ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ (ଏନଏଚଆରସି)। ବାଲେଶ୍ୱର ଏସ୍ପିଙ୍କୁ ୧୫ ଦିନରେ ତଦନ୍ତ କରି ରିପୋର୍ଟ ଦାଖଲ କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଜିଲ୍ଲାପାଳ, ସିଡିଏମଓଙ୍କୁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦେଇଛନ୍ତି କମିଶନ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା