ଭୁବନେଶ୍ୱର, ୧୪ ଜୁଲାଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବ । ଉତର ବଙ୍ଗୋପସାଗର ଓ ଉତର ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଙ୍ଗଲାଦେଶ ଉପକୂଳରେ ଓ ବାହାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ସ୍ଥଳ ବିଶେଷରେ ୬୦ କି.ମି.କୁ ଛୁଇଁପାରେ । ଏଣୁ ଏହି ସମୟରେ ମତ୍ସ୍ୟଜିବୀମାନଙ୍କୁ ସମୁଦ୍ରକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ