ରେଭେନ୍ସା ବିଶ୍ଵବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସମ୍ମାନ ସୂଚକ ଡ଼କ୍ଟରେଟ୍‌‍ ଉପାଧି ଗ୍ରହଣ କରିବେ ବ୍ରହ୍ମପୁରର ଦୃଷ୍ଟିହୀନ ଶିକ୍ଷାବିତ୍‌‍ ବିଜୟ କୁମାର ରଥ
ଗଞାମ, ୧୫ ଜୁଲାଇ (ହି.ସ.)- ମୂକଂ କରୋତି ବାଚାଳଂ, ପଙ୍ଗୁଂ ଲଙ୍ଘୟତେ ଗିରିଂ। ଯତ୍‌‍କୃପା ତମହଂ ବନ୍ଦେ ପରମାନନ୍ଦ ମାଧବଂ । ସଂସ୍କୃତର ଏହି ଶ୍ଲୋକର ମହତ୍ତ୍ୱକୁ ପ୍ରତିପାଦନ କରିଥିବା ବ୍ୟକ୍ତି ଜଣକ ହେଉଛନ୍ତି ବ୍ରହ୍ମପୁରର ଦୃଷ୍ଟିହୀନ ଶିକ୍ଷାବିତ୍‌‍ ବିଜୟ କୁମାର ରଥ। ଦୃଷ୍ଟିହୀନଙ୍କ ପାଇଁ ଶିକ୍ଷାଦାନ କ
ବିଶ୍ଵ ବିଦ୍ୟାଳୟ ସମାବର୍ତ୍ତନ


ଗଞାମ, ୧୫ ଜୁଲାଇ (ହି.ସ.)- ମୂକଂ କରୋତି ବାଚାଳଂ, ପଙ୍ଗୁଂ ଲଙ୍ଘୟତେ ଗିରିଂ। ଯତ୍‌‍କୃପା ତମହଂ ବନ୍ଦେ ପରମାନନ୍ଦ ମାଧବଂ । ସଂସ୍କୃତର ଏହି ଶ୍ଲୋକର ମହତ୍ତ୍ୱକୁ ପ୍ରତିପାଦନ କରିଥିବା ବ୍ୟକ୍ତି ଜଣକ ହେଉଛନ୍ତି ବ୍ରହ୍ମପୁରର ଦୃଷ୍ଟିହୀନ ଶିକ୍ଷାବିତ୍‌‍ ବିଜୟ କୁମାର ରଥ। ଦୃଷ୍ଟିହୀନଙ୍କ ପାଇଁ ଶିକ୍ଷାଦାନ କ୍ଷେତ୍ରରେ ବିଶେଷ ଅବାଦନ ପାଇଁ ତାଙ୍କୁ ରେଭେନ୍ସା ବିଶ୍ଵବିଦ୍ୟାଳୟର 13ତମ ସମାବର୍ତ୍ତନ ଉତ୍ସବରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ମାନସୂଚକ ଡ଼କ୍ଟରେଟ୍‌‍ ଉପାଧି ପ୍ରଦାନ କରିବେ ।

ନିଜେ ଜଣେ ଦୃଷ୍ଟିହୀନ ହୋଇ ମଧ୍ୟ ସେ ଓଡ଼ିଶାର ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କ ପଥଦ୍ରଷ୍ଟା ସାଜିଛନ୍ତି। ତାଙ୍କର ସମଗ୍ର ଜୀବନ ସଂଘର୍ଷମୟ। ଜଣେ ଭିନ୍ନକ୍ଷମ ହେଲେ ମଧ୍ୟ ସେ ଜୀବନର ପ୍ରତିଟି ଘାତ ପ୍ରତିଘାତକୁ ଅତିକ୍ରମ କରି ଆଜି ଜଣେ ଅସାଧାରଣ ବ୍ୟକ୍ତିତ୍ଵର ଅଧିକାରୀ ହୋଇପାରିଛନ୍ତି। ପିତା ବୃନ୍ଦାବନ ରଥଙ୍କ ଆଦର୍ଶକୁ ପାଥେୟ କରି ଜୀବନରେ ଅଗ୍ରସର ହୋଇଥିବା ଶ୍ରୀ ରଥ କେବେହେଲେ କାହା ଆଗରେ ମୁଣ୍ଡ ନୁଆଁଇ ନାହାନ୍ତି କି କାହାର ସାହାଯ୍ୟ ଚାହିଁ ନାହାନ୍ତି। ନିଜ ଗୋଡ଼ରେ ନିଜେ ଠିଆ ହେବା ପାଇଁ ଛାତ୍ର ଜୀବନରୁ ହିଁ ଜଣେ ଅଙ୍ଗିକାରବଦ୍ଧ ମଣିଷ ପାଲଟିଛନ୍ତି। ନିଜର କର୍ତ୍ତବ୍ୟନିଷ୍ଠା ପାଇଁ ଅନ୍ୟ ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କ ଭଳି ସେ ଆଜିର ସମାଜରେ ବହୁ ସମ୍ମାନର ଅଧିକାରୀ ହୋଇପାରିଛନ୍ତି। ତାଙ୍କ ପିଲାଦିନର ପରିସ୍ଥିତି ଆଜିର ସମୟ ଠାରୁ ପୂରାପୂରି ଭିନ୍ନ ଥିଲା। ସେତେବେଳେ ଦୃଷ୍ଟିହୀନ ପିଲାଙ୍କ ପଢ଼ିବା ପାଇଁ ଓଡ଼ିଶାରେ କୌଣସି ବିଦ୍ୟାଳୟର ବ୍ୟବସ୍ଥା ନଥିଲା। ବିଜୟ ବାବୁ କିନ୍ତୁ ପାଠ ପଢ଼ିବା ପାଇଁ ଜିଦ୍‌‍ କରି ଆସିଥିଲେ। ସେଥିପାଇଁ ସେ ପିତାଙ୍କ ଅନୁମତି ନେଇ 1957-58 ମସିହାରେ କଲିକତାସ୍ଥିତ ବେହେଲା ଦୃଷ୍ଟିହୀନ ବିଦ୍ୟାଳୟରେ ନାମ ଲେଖାଇଲେ । ସେଠାରେ କିଛି ବର୍ଷ ପଢ଼ିଲା ପରେ ଓଡ଼ିଶାକୁ ଫେରି ଆସିଲେ । ଓଡ଼ିଶାର ରାଜଧାନୀ ଭୁବନେଶ୍ଵର ଠାରେ 1960 ମସିହା ସେପ୍ଟେମ୍ୱର 1 ତାରିଖରେ ଦୃଷ୍ଟିହୀନଙ୍କ ଶିକ୍ଷା ପାଇଁ ଏକ ବିଦ୍ୟାଳୟ ପ୍ରତିଷ୍ଠା ହେଲା । ସେତେବେଳର ଓଡ଼ିଶା ରାଜ୍ୟପାଳ ଯଶୋବନ୍ତ ନାରାୟଣ ସୁଥଙ୍କରଙ୍କ ଉଦ୍ୟମରେ ପ୍ରାୟ 10 ଏକର ଜାଗାରେ ଏହି ବିଦ୍ୟାଳୟ ଆରମ୍ଭ ହୋଇଥିଲା। ସେତେବେଳେ ମହୀଶୂରର ଶିକ୍ଷାବିତ୍‌‍ ଡ଼. ଏନ୍‌‍. ରତ୍ନ ଏହି ବିଦ୍ୟାଳୟର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଥିଲେ । ପ୍ରଥମେ ଏହିଠାରେ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ବ୍ୟବସ୍ଥା ରହିଥିଲା। ଏହାପରେ ଆଉ ଉଚ୍ଚ ଶ୍ରେଣୀ ପାଇଁ ସୁଯୋଗ ନଥିଲା। ପଞ୍ଚମ ଶ୍ରେଣୀ ପଢ଼ିବା ପରେ ସେ ସମୟରେ ଦୃଷ୍ଟିହୀନ ପିଲାମାନେ ଉଚ୍ଚ ଶ୍ରେଣୀରେ ପଢ଼ିବା ପାଇଁ ସୁଯୋଗ ଅପେକ୍ଷାରେ ଥିଲେ । ସେତେବେଳର ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ୟୟ ଏକ ଜାତୀୟ କ୍ଷତି ବୋଲି କହିଥିଲେ ଏବଂ ତତ୍‌‍କାଳୀନ ଶିକ୍ଷାମନ୍ତ୍ରୀ ବନମାଳୀ ପଟ୍ଟନାୟକ ମଧ୍ୟ ଏହି ବିଦ୍ୟାଳୟକୁ ବନ୍ଦ କରି ଦେଇଥିଲେ। କିନ୍ତୁ ପରବର୍ତ୍ତୀ କାଳରେ ବିଜୟ ବାବୁ ଭାରତର ରାଷ୍ଟ୍ରପତି ଭି ଭି ଗିରି ଓ ସମାଜ କଲ୍ୟାଣ ମନ୍ତ୍ରୀ ଆର. ଜଗନ୍ନାଥ ରାଓଙ୍କୁ ବ୍ରହ୍ମପୁର ସର୍କିଟ ହାଉସ ଠାରେ ଭେଟି ଏହି ବିଦ୍ୟାଳୟ ପୁନରାୟ ଖୋଲିବା ପାଇଁ ଦୃଷ୍ଟି ଆକର୍ଷଣ କରିଥିଲେ । ଏହାକୁ ରାଷ୍ଟ୍ରପତି ଗୁରୁତର ଭାବେ ବିଚାର କରି ସ୍କୁଲ ବନ୍ଦ ନ କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପରବର୍ତ୍ତୀ ସମୟରେ ଏହି ସ୍କୁଲରେ ଏକାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଧିବଦ୍ଧ ଭାବେ ପାଠ ପଢ଼ା ଚାଲିଲା। ପ୍ରଥମ ବ୍ୟାଚରେ 6 ଜଣ ଏକାଦଶ ଶ୍ରେଣୀ ପରୀକ୍ଷା ଦେଇ ସମସ୍ତେ ଉତ୍ତୀର୍ଣ୍ଣ ହୋଇଥିଲେ । ତତ୍‌‍ପରେ ଏହି ଦୃଷ୍ଟିହୀନ ପିଲାମାନେ କଲେଜରେ ଭର୍ତ୍ତି ହେବା ପାଇଁ ଚେଷ୍ଟା କରିଥିଲେ, କିନ୍ତୁ ତାହା ସଫଳ ହୋଇନଥିଲା। ସେତେବେଳେ ବିଜୟ ବାବୁଙ୍କ ନେତୃତ୍ଵରେ ଦୃଷ୍ଟିହୀନ ପିଲାମାନେ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟପାଳଙ୍କ ପରାମର୍ଶଦାତା କେ.ଟି. ସତାରାୱାଲା ଏହାକୁ ଗୁରୁତର ସହ ବିଚାର କରି ଓଡ଼ିଶାର 4ଟି କଲେଜରେ ଦୃଷ୍ଟିହୀନ ଶିକ୍ଷାର୍ଥୀ ଶିକ୍ଷା ଗ୍ରହଣ କରିପାରିବେ ବୋଲି ନିର୍ଦ୍ଦେଶନାମା ଜାରି କରିଥିଲେ। ସେହି କଲେଜ ମଧ୍ୟରେ ଖଲିକୋଟ, ରେଭେନ୍ସା, ବିଜେବି ଓ କେନ୍ଦ୍ରାପଡ଼ା କଲେଜ ଅନ୍ତର୍ଭୁକ୍ତ ଥିଲା । ବିଜୟବାବୁ ବିଜେବି ଓ ଖଲିକୋଟ କଲେଜରେ ଉଚ୍ଚ ଶିକ୍ଷା ଗ୍ରହଣ କରି ବ୍ରହ୍ମପୁରରେ ଦୃଷ୍ଟିହୀନ ବିଦ୍ୟାଳୟ ପ୍ରତିଷ୍ଠା କରିବା ସହ ସେଠାରେ ଏକମାତ୍ର ଶିକ୍ଷକ ଭାବରେ ଯୋଗଦେଲେ। ଅଧ୍ୟାପନା ସମୟରେ ସେ ଇଂଲଣ୍ଡ ଭଳି ଅନ୍ୟାନ୍ୟ ବିଦେଶ ଭ୍ରମଣ କରି ସେଠିକାର ଦୃଷ୍ଟିହୀନ ଶିକ୍ଷାଧାରା ସମ୍ପର୍କରେ ଅବଗତ ହୋଇ ଓଡ଼ିଶାରେ ସେହିଭଳି ଶିକ୍ଷାଦାନ ଢ଼ାଞ୍ଚା ଆରମ୍ଭ କରିବା ପାଇଁ ଉଦ୍ୟମ କରିଥିଲେ। ଜୀବନସାରା ସେ ଦୃଷ୍ଟିହୀନ ପିଲାମାନଙ୍କୁ ଶିକ୍ଷାଦାନ ସହିତ ବିଦ୍ୟାଳୟର ଉନ୍ନତିକଳ୍ପେ ବହୁ କାର୍ଯ୍ୟ ହାତକୁ ନେଇଥିଲେ। ବିଶେଷକରି ଆମ୍ୱପୁଆ ଠାରେ ଦୃଷ୍ଟିହୀନ ବିଦ୍ୟାଳୟ ସହିତ ମୂକ ବଧିର ବିଦ୍ୟାଳୟ ପ୍ରତିଷ୍ଠା କରିବାରେ ଅଗ୍ରଣୀ ଭୂମିକା ନେଇଥିଲେ। ବିଜୟ ବାବୁଙ୍କ ମୁଖ୍ୟ ଉଦ୍ଦେଶ୍ୟ ଥିଲା ଦୃଷ୍ଟିହୀନମାନେ ଅନ୍ତତଃ ରାସ୍ତାଘାଟରେ ଭିକ୍ଷାବୃତ୍ତି ନ କରନ୍ତୁ, ସେଥିପାଇଁ ସେ ଜୀବନସାରା ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଅହରହ ଉଦ୍ୟମ ଜାରି ରଖିଛନ୍ତି। ଆମ୍ୱପୁଆ ଠାରେ ସେ ବୟସ୍କ ଦୃଷ୍ଟିହୀନ ବ୍ୟକ୍ତିଙ୍କୁ ନେଇ ସେ ଏକ ଭୋକେସନାଲ୍‌‍ ଟ୍ରେନିଂ ସେଣ୍ଟର ଆରମ୍ଭ କରିଥିଲେ । ସେହିଠାରେ ଏହି ଦୃଷ୍ଟିହୀନ ବ୍ୟକ୍ତିମାନେ ଟ୍ରେନିଂ ନେଇ ଚୌକି, ଦଉଡ଼ି, ମହମବତୀ, ପାପୋଛ ଇତ୍ୟାଦି ତିଆରି କରିବାର ପ୍ରଶିକ୍ଷଣ ନେଉଥିଲେ। ଓଡ଼ିଶାରେ ଦୃଷ୍ଟିହୀନ ପିଲାଙ୍କ ପଢ଼ିବା ପାଇଁ ପୁସ୍ତକ ନଥିଲା । ତାଙ୍କ ଉଦ୍ୟମରେ ବ୍ରହ୍ମପୁରରେ ଓଡ଼ିଶାର ପ୍ରଥମ ବ୍ରେଲ ପ୍ରେସ୍‌‍ 1986 ମସିହା ନଭେମ୍ୱର 19 ତାରିଖରେ ପ୍ରତିଷ୍ଠା ହୋଇପାରିଲା । ଏହି ବ୍ରେଲ୍‌‍ ପ୍ରେସରୁ ଓଡ଼ିଶାର 35ଟି ସ୍କୁଲ ଓ ଅନ୍ୟାନ୍ୟ ସଂସ୍ଥାକୁ ପୁସ୍ତକ ଯୋଗାଇ ଦିଆଯାଉଛି । ଏହି ବ୍ରେଲ ପ୍ରେସରୁ ମଧ୍ୟ ବ୍ରେଲ କ୍ୟାଲେଣ୍ଡର, ବିଜ୍ଞାନ ଦିଗନ୍ତ ପତ୍ରିକା ଛପାଯିବା ସହିତ 2014ରୁ ବିଧାନସଭା ଓ ଲୋକସଭା ନିର୍ବାଚନରେ ଦୃଷ୍ଟିହୀନଙ୍କ ପାଇଁ ଡ଼ମି ବ୍ୟାଲେଟ ପେପର ପ୍ରସ୍ତୁତ କରାଯାଉଛି । ଦୃଷ୍ଟିହୀନଙ୍କ ବିଜୟ ବାବୁଙ୍କ ସମଗ୍ର ଜୀବନ ଉତ୍ସର୍ଗୀକୃତ। ତାଙ୍କ ଉଦ୍ୟମରେ ଭୁବନେଶ୍ଵର ଓଡ଼ିଆ ବ୍ଲାଇଣ୍ଡ ଆସୋସିଏସନ (ଓଏବି) ପ୍ରତିଷ୍ଠା ହୋଇପାରିଛି। ଏହା ସହିତ ଓଡ଼ିଶା ବ୍ଲାଇଣ୍ଡ ଫାଉଣ୍ଡେସନ ପ୍ରତିଷ୍ଠା କରି ସେ ଦୃଷ୍ଟିହୀନମାନଙ୍କ ଉନ୍ନତିକଳ୍ପେ ବିଭିନ୍ନ କାର୍ଯ୍ୟ ହାତକୁ ନେଇଛନ୍ତି। ଏ କ୍ଷେତ୍ରରେ ବିଜୟ ବାବୁଙ୍କ ଦୁଇ ଭାଇ ବରିଷ୍ଠ ସାମ୍ୱାଦିକ ରବି ରଥ ଓ ବ୍ରହ୍ମ୍ଠପୁର ବ୍ରେଲ୍‌‍ ପ୍ରେସ୍‌‍ ପରିଚାଳକ ପ୍ରକାଶ ନାରାୟଣ ରଥ ମୁଖ୍ୟତଃ ସହଯୋଗୀ ଭାବରେ ଅଦ୍ୟାବଧି ତାଙ୍କ ସହ ଠିଆ ହୋଇଛନ୍ତି। ତାଙ୍କ ମାର୍ଗଦର୍ଶନରେ ବହୁ ଦୃଷ୍ଟିହୀନ ଛାତ୍ରଛାତ୍ରୀ ଆଜି ଭାରତ ବର୍ଷର ବିଭିନ୍ନ ସ୍ଥାନରେ ବହୁ ପଦପଦବୀରେ ଅଧିଷ୍ଠିତ ହୋଇପାରିଛନ୍ତି। ତାଙ୍କ ଭଳି ଜଣେ ତ୍ୟାଗୀ, ପରୋପକାରୀ, ଅନ୍ୟନ୍ୟ ଉତ୍ସର୍ଗୀକୃତ ବ୍ୟକ୍ତିତ୍ଵଙ୍କୁ 2025 ଜୁଲାଇ 15 ତାରିଖରେ ଅନୁଷ୍ଠିତ ରେଭେନ୍ସା ବିଶ୍ଵବିଦ୍ୟାଳୟର 13ତମ ସମାବର୍ତ୍ତନ ଉତ୍ସବରେ ଭାରତର ମହାମହିମ ରାଷ୍ଟ୍ରପତି ଦେ୍ରୖପଦୀ ମୁର୍ମୁ ସମ୍ମାନସୂଚନ ଡ଼କ୍ଟରେଟ୍‌‍ ଉପାଧିରେ ବିଭୂଷିତ କରିବେ। ଏହି ଖବର ପ୍ରଚାରିତ ହେବା ପରେ ଓଡ଼ିଶା ଦୃଷ୍ଟିହୀନ ସମାଜ ସମେତ ବହୁ ଅନୁଷ୍ଠାନ ଓ ବୁଦ୍ଧିଜୀବୀ ମହଲରୁ ତାଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି ।ରେଭେନ୍ସା ବିଶ୍ଵବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସମ୍ମାନ ସୂଚକ ଡ଼କ୍ଟରେଟ୍‌‍ ଉପାଧି ଗ୍ରହଣ କରିବେ ବ୍ରହ୍ମପୁରର ଦୃଷ୍ଟିହୀନ ଶିକ୍ଷାବିତ୍‌‍ ବିଜୟ କୁମାର ରଥ

ଗଞାମ ତା,15ଜୁଲାଇ(ହିସ) ମୂକଂ କରୋତି ବାଚାଳଂ, ପଙ୍ଗୁଂ ଲଙ୍ଘୟତେ ଗିରିଂ। ଯତ୍‌‍କୃପା ତମହଂ ବନ୍ଦେ ପରମାନନ୍ଦ ମାଧବଂ । ସଂସ୍କୃତର ଏହି ଶ୍ଲୋକର ମହତ୍ତ୍ୱକୁ ପ୍ରତିପାଦନ କରିଥିବା ବ୍ୟକ୍ତି ଜଣକ ହେଉଛନ୍ତି ବ୍ରହ୍ମପୁରର ଦୃଷ୍ଟିହୀନ ଶିକ୍ଷାବିତ୍‌‍ ବିଜୟ କୁମାର ରଥ। ଦୃଷ୍ଟିହୀନଙ୍କ ପାଇଁ ଶିକ୍ଷାଦାନ କ୍ଷେତ୍ରରେ ବିଶେଷ ଅବାଦନ ପାଇଁ ତାଙ୍କୁ ରେଭେନ୍ସା ବିଶ୍ଵବିଦ୍ୟାଳୟର 13ତମ ସମାବର୍ତ୍ତନ ଉତ୍ସବରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ମାନସୂଚକ ଡ଼କ୍ଟରେଟ୍‌‍ ଉପାଧି ପ୍ରଦାନ କରିବେ ।

ନିଜେ ଜଣେ ଦୃଷ୍ଟିହୀନ ହୋଇ ମଧ୍ୟ ସେ ଓଡ଼ିଶାର ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କ ପଥଦ୍ରଷ୍ଟା ସାଜିଛନ୍ତି। ତାଙ୍କର ସମଗ୍ର ଜୀବନ ସଂଘର୍ଷମୟ। ଜଣେ ଭିନ୍ନକ୍ଷମ ହେଲେ ମଧ୍ୟ ସେ ଜୀବନର ପ୍ରତିଟି ଘାତ ପ୍ରତିଘାତକୁ ଅତିକ୍ରମ କରି ଆଜି ଜଣେ ଅସାଧାରଣ ବ୍ୟକ୍ତିତ୍ଵର ଅଧିକାରୀ ହୋଇପାରିଛନ୍ତି। ପିତା ବୃନ୍ଦାବନ ରଥଙ୍କ ଆଦର୍ଶକୁ ପାଥେୟ କରି ଜୀବନରେ ଅଗ୍ରସର ହୋଇଥିବା ଶ୍ରୀ ରଥ କେବେହେଲେ କାହା ଆଗରେ ମୁଣ୍ଡ ନୁଆଁଇ ନାହାନ୍ତି କି କାହାର ସାହାଯ୍ୟ ଚାହିଁ ନାହାନ୍ତି। ନିଜ ଗୋଡ଼ରେ ନିଜେ ଠିଆ ହେବା ପାଇଁ ଛାତ୍ର ଜୀବନରୁ ହିଁ ଜଣେ ଅଙ୍ଗିକାରବଦ୍ଧ ମଣିଷ ପାଲଟିଛନ୍ତି। ନିଜର କର୍ତ୍ତବ୍ୟନିଷ୍ଠା ପାଇଁ ଅନ୍ୟ ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କ ଭଳି ସେ ଆଜିର ସମାଜରେ ବହୁ ସମ୍ମାନର ଅଧିକାରୀ ହୋଇପାରିଛନ୍ତି। ତାଙ୍କ ପିଲାଦିନର ପରିସ୍ଥିତି ଆଜିର ସମୟ ଠାରୁ ପୂରାପୂରି ଭିନ୍ନ ଥିଲା। ସେତେବେଳେ ଦୃଷ୍ଟିହୀନ ପିଲାଙ୍କ ପଢ଼ିବା ପାଇଁ ଓଡ଼ିଶାରେ କୌଣସି ବିଦ୍ୟାଳୟର ବ୍ୟବସ୍ଥା ନଥିଲା। ବିଜୟ ବାବୁ କିନ୍ତୁ ପାଠ ପଢ଼ିବା ପାଇଁ ଜିଦ୍‌‍ କରି ଆସିଥିଲେ। ସେଥିପାଇଁ ସେ ପିତାଙ୍କ ଅନୁମତି ନେଇ 1957-58 ମସିହାରେ କଲିକତାସ୍ଥିତ ବେହେଲା ଦୃଷ୍ଟିହୀନ ବିଦ୍ୟାଳୟରେ ନାମ ଲେଖାଇଲେ । ସେଠାରେ କିଛି ବର୍ଷ ପଢ଼ିଲା ପରେ ଓଡ଼ିଶାକୁ ଫେରି ଆସିଲେ । ଓଡ଼ିଶାର ରାଜଧାନୀ ଭୁବନେଶ୍ଵର ଠାରେ 1960 ମସିହା ସେପ୍ଟେମ୍ୱର 1 ତାରିଖରେ ଦୃଷ୍ଟିହୀନଙ୍କ ଶିକ୍ଷା ପାଇଁ ଏକ ବିଦ୍ୟାଳୟ ପ୍ରତିଷ୍ଠା ହେଲା । ସେତେବେଳର ଓଡ଼ିଶା ରାଜ୍ୟପାଳ ଯଶୋବନ୍ତ ନାରାୟଣ ସୁଥଙ୍କରଙ୍କ ଉଦ୍ୟମରେ ପ୍ରାୟ 10 ଏକର ଜାଗାରେ ଏହି ବିଦ୍ୟାଳୟ ଆରମ୍ଭ ହୋଇଥିଲା। ସେତେବେଳେ ମହୀଶୂରର ଶିକ୍ଷାବିତ୍‌‍ ଡ଼. ଏନ୍‌‍. ରତ୍ନ ଏହି ବିଦ୍ୟାଳୟର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଥିଲେ । ପ୍ରଥମେ ଏହିଠାରେ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ବ୍ୟବସ୍ଥା ରହିଥିଲା। ଏହାପରେ ଆଉ ଉଚ୍ଚ ଶ୍ରେଣୀ ପାଇଁ ସୁଯୋଗ ନଥିଲା। ପଞ୍ଚମ ଶ୍ରେଣୀ ପଢ଼ିବା ପରେ ସେ ସମୟରେ ଦୃଷ୍ଟିହୀନ ପିଲାମାନେ ଉଚ୍ଚ ଶ୍ରେଣୀରେ ପଢ଼ିବା ପାଇଁ ସୁଯୋଗ ଅପେକ୍ଷାରେ ଥିଲେ । ସେତେବେଳର ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ୟୟ ଏକ ଜାତୀୟ କ୍ଷତି ବୋଲି କହିଥିଲେ ଏବଂ ତତ୍‌‍କାଳୀନ ଶିକ୍ଷାମନ୍ତ୍ରୀ ବନମାଳୀ ପଟ୍ଟନାୟକ ମଧ୍ୟ ଏହି ବିଦ୍ୟାଳୟକୁ ବନ୍ଦ କରି ଦେଇଥିଲେ। କିନ୍ତୁ ପରବର୍ତ୍ତୀ କାଳରେ ବିଜୟ ବାବୁ ଭାରତର ରାଷ୍ଟ୍ରପତି ଭି ଭି ଗିରି ଓ ସମାଜ କଲ୍ୟାଣ ମନ୍ତ୍ରୀ ଆର. ଜଗନ୍ନାଥ ରାଓଙ୍କୁ ବ୍ରହ୍ମପୁର ସର୍କିଟ ହାଉସ ଠାରେ ଭେଟି ଏହି ବିଦ୍ୟାଳୟ ପୁନରାୟ ଖୋଲିବା ପାଇଁ ଦୃଷ୍ଟି ଆକର୍ଷଣ କରିଥିଲେ । ଏହାକୁ ରାଷ୍ଟ୍ରପତି ଗୁରୁତର ଭାବେ ବିଚାର କରି ସ୍କୁଲ ବନ୍ଦ ନ କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପରବର୍ତ୍ତୀ ସମୟରେ ଏହି ସ୍କୁଲରେ ଏକାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଧିବଦ୍ଧ ଭାବେ ପାଠ ପଢ଼ା ଚାଲିଲା। ପ୍ରଥମ ବ୍ୟାଚରେ 6 ଜଣ ଏକାଦଶ ଶ୍ରେଣୀ ପରୀକ୍ଷା ଦେଇ ସମସ୍ତେ ଉତ୍ତୀର୍ଣ୍ଣ ହୋଇଥିଲେ । ତତ୍‌‍ପରେ ଏହି ଦୃଷ୍ଟିହୀନ ପିଲାମାନେ କଲେଜରେ ଭର୍ତ୍ତି ହେବା ପାଇଁ ଚେଷ୍ଟା କରିଥିଲେ, କିନ୍ତୁ ତାହା ସଫଳ ହୋଇନଥିଲା। ସେତେବେଳେ ବିଜୟ ବାବୁଙ୍କ ନେତୃତ୍ଵରେ ଦୃଷ୍ଟିହୀନ ପିଲାମାନେ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟପାଳଙ୍କ ପରାମର୍ଶଦାତା କେ.ଟି. ସତାରାୱାଲା ଏହାକୁ ଗୁରୁତର ସହ ବିଚାର କରି ଓଡ଼ିଶାର 4ଟି କଲେଜରେ ଦୃଷ୍ଟିହୀନ ଶିକ୍ଷାର୍ଥୀ ଶିକ୍ଷା ଗ୍ରହଣ କରିପାରିବେ ବୋଲି ନିର୍ଦ୍ଦେଶନାମା ଜାରି କରିଥିଲେ। ସେହି କଲେଜ ମଧ୍ୟରେ ଖଲିକୋଟ, ରେଭେନ୍ସା, ବିଜେବି ଓ କେନ୍ଦ୍ରାପଡ଼ା କଲେଜ ଅନ୍ତର୍ଭୁକ୍ତ ଥିଲା । ବିଜୟବାବୁ ବିଜେବି ଓ ଖଲିକୋଟ କଲେଜରେ ଉଚ୍ଚ ଶିକ୍ଷା ଗ୍ରହଣ କରି ବ୍ରହ୍ମପୁରରେ ଦୃଷ୍ଟିହୀନ ବିଦ୍ୟାଳୟ ପ୍ରତିଷ୍ଠା କରିବା ସହ ସେଠାରେ ଏକମାତ୍ର ଶିକ୍ଷକ ଭାବରେ ଯୋଗଦେଲେ। ଅଧ୍ୟାପନା ସମୟରେ ସେ ଇଂଲଣ୍ଡ ଭଳି ଅନ୍ୟାନ୍ୟ ବିଦେଶ ଭ୍ରମଣ କରି ସେଠିକାର ଦୃଷ୍ଟିହୀନ ଶିକ୍ଷାଧାରା ସମ୍ପର୍କରେ ଅବଗତ ହୋଇ ଓଡ଼ିଶାରେ ସେହିଭଳି ଶିକ୍ଷାଦାନ ଢ଼ାଞ୍ଚା ଆରମ୍ଭ କରିବା ପାଇଁ ଉଦ୍ୟମ କରିଥିଲେ। ଜୀବନସାରା ସେ ଦୃଷ୍ଟିହୀନ ପିଲାମାନଙ୍କୁ ଶିକ୍ଷାଦାନ ସହିତ ବିଦ୍ୟାଳୟର ଉନ୍ନତିକଳ୍ପେ ବହୁ କାର୍ଯ୍ୟ ହାତକୁ ନେଇଥିଲେ। ବିଶେଷକରି ଆମ୍ୱପୁଆ ଠାରେ ଦୃଷ୍ଟିହୀନ ବିଦ୍ୟାଳୟ ସହିତ ମୂକ ବଧିର ବିଦ୍ୟାଳୟ ପ୍ରତିଷ୍ଠା କରିବାରେ ଅଗ୍ରଣୀ ଭୂମିକା ନେଇଥିଲେ। ବିଜୟ ବାବୁଙ୍କ ମୁଖ୍ୟ ଉଦ୍ଦେଶ୍ୟ ଥିଲା ଦୃଷ୍ଟିହୀନମାନେ ଅନ୍ତତଃ ରାସ୍ତାଘାଟରେ ଭିକ୍ଷାବୃତ୍ତି ନ କରନ୍ତୁ, ସେଥିପାଇଁ ସେ ଜୀବନସାରା ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଅହରହ ଉଦ୍ୟମ ଜାରି ରଖିଛନ୍ତି। ଆମ୍ୱପୁଆ ଠାରେ ସେ ବୟସ୍କ ଦୃଷ୍ଟିହୀନ ବ୍ୟକ୍ତିଙ୍କୁ ନେଇ ସେ ଏକ ଭୋକେସନାଲ୍‌‍ ଟ୍ରେନିଂ ସେଣ୍ଟର ଆରମ୍ଭ କରିଥିଲେ । ସେହିଠାରେ ଏହି ଦୃଷ୍ଟିହୀନ ବ୍ୟକ୍ତିମାନେ ଟ୍ରେନିଂ ନେଇ ଚୌକି, ଦଉଡ଼ି, ମହମବତୀ, ପାପୋଛ ଇତ୍ୟାଦି ତିଆରି କରିବାର ପ୍ରଶିକ୍ଷଣ ନେଉଥିଲେ। ଓଡ଼ିଶାରେ ଦୃଷ୍ଟିହୀନ ପିଲାଙ୍କ ପଢ଼ିବା ପାଇଁ ପୁସ୍ତକ ନଥିଲା । ତାଙ୍କ ଉଦ୍ୟମରେ ବ୍ରହ୍ମପୁରରେ ଓଡ଼ିଶାର ପ୍ରଥମ ବ୍ରେଲ ପ୍ରେସ୍‌‍ 1986 ମସିହା ନଭେମ୍ୱର 19 ତାରିଖରେ ପ୍ରତିଷ୍ଠା ହୋଇପାରିଲା । ଏହି ବ୍ରେଲ୍‌‍ ପ୍ରେସରୁ ଓଡ଼ିଶାର 35ଟି ସ୍କୁଲ ଓ ଅନ୍ୟାନ୍ୟ ସଂସ୍ଥାକୁ ପୁସ୍ତକ ଯୋଗାଇ ଦିଆଯାଉଛି । ଏହି ବ୍ରେଲ ପ୍ରେସରୁ ମଧ୍ୟ ବ୍ରେଲ କ୍ୟାଲେଣ୍ଡର, ବିଜ୍ଞାନ ଦିଗନ୍ତ ପତ୍ରିକା ଛପାଯିବା ସହିତ 2014ରୁ ବିଧାନସଭା ଓ ଲୋକସଭା ନିର୍ବାଚନରେ ଦୃଷ୍ଟିହୀନଙ୍କ ପାଇଁ ଡ଼ମି ବ୍ୟାଲେଟ ପେପର ପ୍ରସ୍ତୁତ କରାଯାଉଛି । ଦୃଷ୍ଟିହୀନଙ୍କ ବିଜୟ ବାବୁଙ୍କ ସମଗ୍ର ଜୀବନ ଉତ୍ସର୍ଗୀକୃତ। ତାଙ୍କ ଉଦ୍ୟମରେ ଭୁବନେଶ୍ଵର ଓଡ଼ିଆ ବ୍ଲାଇଣ୍ଡ ଆସୋସିଏସନ (ଓଏବି) ପ୍ରତିଷ୍ଠା ହୋଇପାରିଛି। ଏହା ସହିତ ଓଡ଼ିଶା ବ୍ଲାଇଣ୍ଡ ଫାଉଣ୍ଡେସନ ପ୍ରତିଷ୍ଠା କରି ସେ ଦୃଷ୍ଟିହୀନମାନଙ୍କ ଉନ୍ନତିକଳ୍ପେ ବିଭିନ୍ନ କାର୍ଯ୍ୟ ହାତକୁ ନେଇଛନ୍ତି। ଏ କ୍ଷେତ୍ରରେ ବିଜୟ ବାବୁଙ୍କ ଦୁଇ ଭାଇ ବରିଷ୍ଠ ସାମ୍ୱାଦିକ ରବି ରଥ ଓ ବ୍ରହ୍ମ୍ଠପୁର ବ୍ରେଲ୍‌‍ ପ୍ରେସ୍‌‍ ପରିଚାଳକ ପ୍ରକାଶ ନାରାୟଣ ରଥ ମୁଖ୍ୟତଃ ସହଯୋଗୀ ଭାବରେ ଅଦ୍ୟାବଧି ତାଙ୍କ ସହ ଠିଆ ହୋଇଛନ୍ତି। ତାଙ୍କ ମାର୍ଗଦର୍ଶନରେ ବହୁ ଦୃଷ୍ଟିହୀନ ଛାତ୍ରଛାତ୍ରୀ ଆଜି ଭାରତ ବର୍ଷର ବିଭିନ୍ନ ସ୍ଥାନରେ ବହୁ ପଦପଦବୀରେ ଅଧିଷ୍ଠିତ ହୋଇପାରିଛନ୍ତି। ତାଙ୍କ ଭଳି ଜଣେ ତ୍ୟାଗୀ, ପରୋପକାରୀ, ଅନ୍ୟନ୍ୟ ଉତ୍ସର୍ଗୀକୃତ ବ୍ୟକ୍ତିତ୍ଵଙ୍କୁ 2025 ଜୁଲାଇ 15 ତାରିଖରେ ଅନୁଷ୍ଠିତ ରେଭେନ୍ସା ବିଶ୍ଵବିଦ୍ୟାଳୟର 13ତମ ସମାବର୍ତ୍ତନ ଉତ୍ସବରେ ଭାରତର ମହାମହିମ ରାଷ୍ଟ୍ରପତି ଦେ୍ରୖପଦୀ ମୁର୍ମୁ ସମ୍ମାନସୂଚନ ଡ଼କ୍ଟରେଟ୍‌‍ ଉପାଧିରେ ବିଭୂଷିତ କରିବେ। ଏହି ଖବର ପ୍ରଚାରିତ ହେବା ପରେ ଓଡ଼ିଶା ଦୃଷ୍ଟିହୀନ ସମାଜ ସମେତ ବହୁ ଅନୁଷ୍ଠାନ ଓ ବୁଦ୍ଧିଜୀବୀ ମହଲରୁ ତାଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି ।

ହିନ୍ଦୁସ୍ଥାନ ସମାଚାର / ହୃଷୀକେଶ


 rajesh pande