ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ : ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ
ଭୁବନେଶ୍ୱର, ୧୫ ଜୁଲାଇ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର,
ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ : ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ


ଭୁବନେଶ୍ୱର, ୧୫ ଜୁଲାଇ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲା(ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୧୬ ତାରିଖରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୮ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୯ ତାରିଖରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande