ଭୁବନେଶ୍ୱର, 15 ଜୁଲାଇ (ହି.ସ.)- ଏଫଏମ କଲେଜ ଛାତ୍ରୀଙ୍କ ବିୟୋଗରେ ସ୍ୱାସ୍ଥ୍ୟମନ୍ତ୍ରୀ
ଡ.ମୁକେଶ ମହାଲିଙ୍ଗ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ
କହିଛନ୍ତି ଯେ, ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ଫକୀର ମୋହନ ସ୍ୱୟଂଶାସିତ
ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ
ମର୍ମାହତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ
ସମବେଦନା ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା