ଭୁବନେଶ୍ୱର, 15 ଜୁଲାଇ (ହି.ସ.)
- ଏଫଏମ କଲେଜ ଛାତ୍ରୀଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ
ପ୍ରଭାତି ପରିଡା ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା
କହିଛନ୍ତି ଯେ, ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର
ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ସରକାରଙ୍କ ସମସ୍ତ ଦାୟିତ୍ୱ ନିର୍ବାହ ତଥା ବିଶେଷଜ୍ଞ ଡାକ୍ତରୀ
ଦଳଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ । ତାଙ୍କର ଅମର
ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା