ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ :  ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୬ ଜୁଲାଇ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହ
ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ :  ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୬ ଜୁଲାଇ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୧୭ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୮ ତାରିଖରେ ୨୩ ଜିଲ୍ଲା, ୧୯ ତାରିଖରେ ୨୪ ଜିଲ୍ଲା ଏବଂ ୨୦ ତାରିଖରେ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande