ଭୁବନେଶ୍ୱର, ୧୬ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଦୁଇଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ସର୍ବାଧିକ ୮୨.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କେନ୍ଦୁଝର ଜିଲ୍ଲାର ହାଟଡିହିରେ ୭୯.୨ ମି.ମି., ଗଜପତି ଜିଲ୍ଲାର ଗୋଷାଣିରେ ୬୦.୦ ମି.ମି., ବରଗଡ଼ ଜିଲ୍ଲାର ବରଗଡ଼ରେ ୫୬.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ୫୬.୨ ମି.ମି., ଯାଜପୁର ଜିଲ୍ଲାର ସୁକିନ୍ଦାରେ ୪୫.୦ ମି.ମି., କଳାହାଣ୍ଡି ଜିଲ୍ଲାର କେସିଙ୍ଗାରେ ୪୩.୨ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଲଇକେରା ୪୧.୪ ମି.ମି., କୋରାପୁଟ ଜିଲ୍ଲାର କୋଟପାଡରେ ୪୧.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବଣାଇଗଡ଼ରେ ୪୦.୪ ମି.ମି., ଦେବଗଡ଼ ଜିଲ୍ଲାର ଦେବଗଡ଼ରେ ୪୦.୦ ମି.ମି., ଗଞ୍ଜାମ ଜିଲ୍ଲାର ଆସିକାରେ ୩୯.୪ ମି.ମି. ଏବଂ ସମ୍ବଲପୁର ଜିଲ୍ଲାର ବାମରାରେ ୩୭.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ