ଭୁବନେଶ୍ୱର,୧୬ ଜୁଲାଇ (ହି.ସ.) - ମହାନ ବିପ୍ଲବୀ ଚକ୍ରଧର ବେହେରାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱର ରାଜଭବନ ଛକସ୍ଥିତ ଚକ୍ରଧର ବେହେରାଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଛି । ଉକ୍ତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଅନୁଜ କୁମାର ଦାସ ପଟ୍ଟନାୟକ, ଉପ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ରିୟ ଜେନା, ପ୍ରଦର୍ଶନୀ ଅଧିକାରୀ ଦୀପକ କୁମାର ସାହୁ,ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ ।
ଏହି ଅବସରରେ ବିପ୍ଲବୀଙ୍କ ଦାୟାଦ ଶ୍ରୀମତୀ ସ୍ୱପ୍ନଶ୍ରୀ ମାହୁନ୍ତ, ସୁରେନ୍ଦ୍ର କୁମାର ମାହୁନ୍ତ,ଦିଲ୍ଲୀପ କୁମାର ଦାସ,ସାହିତ୍ୟିକ ଗୌରହରୀ ଦାସ, ସମାଜସେବୀ ଭାସ୍କର ଚନ୍ଦ୍ର ସେଠୀ, ପ୍ରଭାକର ପରିଡା, ଲକ୍ଷ୍ମୀଧର ବେହେରା, ଦିଲୀପ କୁମାର ଦାସ, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ସଂଗଠନର ପ୍ରତିନିଧି ଓ କର୍ମକର୍ତା ପ୍ରମୁଖ ଉପସ୍ଥିତ ଥିଲେ। ଅକ୍ଷୟ କୁମାର ସାହୁ ବିପ୍ଲବୀଙ୍କ ସ୍ମୃତିରେ କବିତା ପାଠ କରିଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା