ପୁରୀ, ୧୭ ଜୁଲାଇ (ହି.ସ.)- ଆଜି ଗୁରୁବାର ଶ୍ରାବଣ ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା । ଦତ ମହାପାତ୍ର ସେବକମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମାପନ କରିବା ନିମନ୍ତେ ଗର୍ଭଗୃହରେ ପ୍ରବେଶ କରିଥିଲେ । ବନକଲାଗି ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି ।
ଶ୍ରୀଜୀଉଙ୍କ ବନକ ଲାଗି ତଥା ଶ୍ରୀମୁଖ ଶୃଙ୍ଗାରରେ ପ୍ରାକୃତିକ ରଙ୍ଗ ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା ଓ ନାଲି ରଙ୍ଗର ବ୍ୟବହାର ହୋଇଥାଏ । ବନକଲାଗି ଶ୍ରୀଜୀଉଙ୍କ ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ଗର୍ଭଗୃହର ସମସ୍ତ ଦ୍ୱାର ବନ୍ଦ ରହିଥାଏ ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ