ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୭ ଜୁଲାଇ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି ହୋଇଛି । ଆଗାମୀ ୨୪ ଘଂଟ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୭ ଜୁଲାଇ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି ହୋଇଛି ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୧୮ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତା ୧୯ ତାରିଖରେ ଭୀଷଣ ବର୍ଷା ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୦ ତାରିଖରେ ଭୀଷଣ ବର୍ଷା ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୧ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande