ଆଉ ୨ ସ୍ଲୁଇସ୍ ଗେଟ୍ ଖୋଲିଲା, ହୀରାକୁଦ ଜଳଭଣ୍ଡାରରୁ ୪ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୧୮ ଜୁଲାଇ (ହି.ସ.)- ଶୁକ୍ରବାର ସକାଳ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ୨ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ସ୍ଥିତିକୁ ଦେଖି ବାମ ପାଶ୍ୱର୍ ଡାଇକ୍ ର ଆଉ ୨ଟି ସ୍ଲୁଇସ୍ ଗେଟ୍ ଖୋଲା ଯାଇଛି । ଗୋଟିଏ ସ୍ଲୁଇସ୍ ଗେଟ୍ ଦିନ ୧୨ଟା ୩୦ରେ ଖୋଲା ଯାଇଥିବା ବେଳେ ଅନ୍ୟ ସ
ହୀରାକୁଦ ଜଳଭଣ୍ଡାର


ସମ୍ବଲପୁର, ୧୮ ଜୁଲାଇ (ହି.ସ.)- ଶୁକ୍ରବାର ସକାଳ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ୨ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ସ୍ଥିତିକୁ ଦେଖି ବାମ ପାଶ୍ୱର୍ ଡାଇକ୍ ର ଆଉ ୨ଟି ସ୍ଲୁଇସ୍ ଗେଟ୍ ଖୋଲା ଯାଇଛି । ଗୋଟିଏ ସ୍ଲୁଇସ୍ ଗେଟ୍ ଦିନ ୧୨ଟା ୩୦ରେ ଖୋଲା ଯାଇଥିବା ବେଳେ ଅନ୍ୟ ସ୍ଲୁଇସ୍ ଗେଟ୍ ଟି ଦିନ ୧୨ଟା ୪୦ ରେ ଖୋଲାଯାଇଛି । ଫଳରେ ଏବେ ମୋଟ୍ ୪ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୩ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଆଜି ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳପତନ ୬୧୦.୧୭ ଫୁଟ୍ ରହିଥିଲା । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୪୭ ହଜାର ୧୪୬ କ୍ୟୁସେକ୍ ଜଳ ପ୍ରବେଶ କରୁଥିଲା ବେଳେ ୨ଟି ସ୍ଲୁଇସ୍ ଗେଟ୍‌, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୬୮ ହଜାର ୭୩୦ କ୍ୟୁସେକ୍ ଜଳ ନିଷ୍କାସନ ହେଉଥିଲା । ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୪.୨୭ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ଜଳଭଣ୍ଡାରର ତଳ ମୁଣ୍ଡରେ ୭.୭୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ପ୍ରକାଶ ଥାଉକି, ଗତ ୬ ତାରିଖ ଠାରୁ ହୀରାକୁଦ ଜଳଭଣ୍ଡାରରୁ ଛଡାଯାଉଛି ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande