ଜୟପୁର, ୧୮ ଜୁଲାଇ (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ କଳାଗୁଡା ଜଙ୍ଗଲରେ ଆଜି ଅବକାରି ଚଢଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ଚଢଉ କରିଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୨ ହଜାର ୨ ଶହ ଲିଟର ପୋଚ ଓ ୧୨୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଜୟପୁର ଓଆଇସି ସୁବ୍ରତ କେଶୋରି ହିରଣ ସୂଚନା ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପିକେପି