ଭୁବନେଶ୍ୱର, ୧୮ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୩ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ରାୟଗଡ଼ା ଜିଲ୍ଲାର କୋଟ୍ରାଗୁଡାରେ ସର୍ବାଧିକ ୧୧୭.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମାଲକାନଗିରି ଜିଲ୍ଲାର ପଡ଼ିଆରେ ୧୦୦.୨ ମି.ମି., କନ୍ଧମାଳ ଜିଲ୍ଲାର ଫୁଲବାଣୀ ୭୨.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ୭୦.୨ ମି.ମି., କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୫୪.୦ ମି.ମି., କେନ୍ଦୁଝର ଜିଲ୍ଲାର ହାଟଡିହିରେ ୫୦.୨ ମି.ମି., କୋରାପୁଟ ଜିଲ୍ଲାର ଲମତାପୁଟରେ ୪୭.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର ନୱାନାରେ ୪୬.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲେଫ୍ରିପଡ଼ାରେ ୪୨.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ୪୦.୦ ମି.ମି., ରାୟଗଡ଼ା ଜିଲ୍ଲାର ମୁନିଗୁଡ଼ାରେ ୩୬.୬ ମି.ମି., ମାଲକାନଗିରି ଜିଲ୍ଲାର ମାଥିଲିରେ ୩୬.୦ ମି.ମି. ଏବଂ କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ୩୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ