ବଳଙ୍ଗା ଘଟଣାରେ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ - ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, ୧୯ ଜୁଲାଇ (ହି.ସ)- ପୁରୀ ବଳଙ୍ଗାରେ ଜଣେ ନାବାଳିକାଙ୍କୁ ଜାଳିଦେବା ଘଟଣାକୁ ଅଭାବନୀୟ କହିବା ସହ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଘଟଣାରେ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମଧ୍ୟ କେନ୍ଦ୍ରମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତ
ବଳଙ୍ଗା ଘଟଣାରେ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ - ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, ୧୯ ଜୁଲାଇ (ହି.ସ)- ପୁରୀ ବଳଙ୍ଗାରେ ଜଣେ ନାବାଳିକାଙ୍କୁ ଜାଳିଦେବା ଘଟଣାକୁ ଅଭାବନୀୟ କହିବା ସହ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଘଟଣାରେ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମଧ୍ୟ କେନ୍ଦ୍ରମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।

ଏକ୍ସରେ କେନ୍ଦ୍ରମନ୍ତ୍ରୀ ଳେଖିଛନ୍ତି ପୁରୀ ଜିଲ୍ଲା ବଳଙ୍ଗା ଅଂଚଳରେ ଘଟିଥିବା ଅଭାବନୀୟ ଘଟଣାରେ ମୁଁ ଦୁଃଖିତ ଓ ମର୍ମାହତ । ଏହି ଘଟଣାକୁ ସରକାର ଗମ୍ଭୀରତାର ସହ ନେଇ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଏମ୍ସ ହସ୍ପିଟାଲରେ ନାବାଳିକାଙ୍କ ଚିକିତ୍ସା ଚାଲୁଅଛି । ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande