ବାରିପଦା, ୧୯ ଜୁଲାଇ (ହି.ସ.) - ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ତତ୍ୱାବଧାନରେ ଚଳିତ ବର୍ଷ ଆଗାମୀ ଅଗଷ୍ଟ ମାସରେ ଅନୁଷ୍ଠିତ ହେବାକୁ ଥିବା ଯୁଗ୍ମ ଜନ ଶୁଣାଣି ଶିବିର ପାଇଁ ଜିଲ୍ଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ଅଗଷ୍ଟ ମାସର ପ୍ରଥମ ସୋମବାର ତା ୦୪/୦୮/୨୦୨୫ ରିଖ ସଦର ଉପଖଣ୍ଡ ବାରିପଦା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସ୍ଥିତ ସମ୍ମିଳନୀ କକ୍ଷରେ, ଦ୍ୱିତୀୟ ସୋମବାର ତା. ୧୧/୦୮/୨୦୨୫ରିଖ ବାମନଘାଟି ଉପଖଣ୍ଡ ପାଇଁ ବାମନଘାଟି ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟ ରାଇରଙ୍ଗପୁରରେ, ତୃତୀୟ ସୋମବାର ତା ୧୮/୦୮/୨୦୨୫ ରିଖ ପାଂଚପିଢ଼ ଉପଖଣ୍ଡ ପାଇଁ କରଞ୍ଜିଆ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏବଂ ଚତୁର୍ଥ ସୋମବାର ତା ୨୫/୦୮/୨୦୨୫ ରିଖ କପ୍ତିପଦା ଉପଖଣ୍ଡ ପାଇଁ କପ୍ତିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଉଦଳା ଠାରେ ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୫ଘଟିକା ସମୟ ପର୍ଯ୍ୟନ୍ତ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହେବ. ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ସ୍ତରୀୟ ଏବଂ ଉପଖଣ୍ଡ ସ୍ତରୀୟ ଅଧିକାରୀ, ସମ୍ପୃକ୍ତ ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସମସ୍ତ ତହସିଲଦାର ଓ ସମସ୍ତ ସିଡିପିଓ ମାନଙ୍କ ଉପସ୍ଥିତିରେ ସାଧାରଣ ଜନତା ଙ୍କ ଆପତି ଅଭିଯୋଗ ପତ୍ର ଗୁଡିକର ଶୁଣାଣି କରି ସମାଧାନ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ । ଏଣୁ ଧାର୍ଯ୍ୟ ତାରିଖ ଓ ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସମ୍ପୃକ୍ତ ଉପଖଣ୍ଡ ଅଂଚଳର ଜନସାଧାରଣ ଅଭିଯୋଗ ଜଣାଇ ପାରିବେ । ସେହିପରି ଆବେଦନକାରୀ ମାନେ ଅନ ଲାଇନରେ ମଧ୍ୟ ଜନ ଶୁଣାଣି ପୋର୍ଟାଲ ଜରିଆରେ ସେମାନଙ୍କର ନିଜ ନିଜର ଅଭିଯୋଗ ପତ୍ର ଦାଖଲ କରିପାରିବେ ।
ହିନ୍ଦୁସ୍ଥାନ ସମାଚାର/ଦିଲ୍ଲୀପ/ଭାନୁ
ହିନ୍ଦୁସ୍ଥାନ ସମାଚାର / ଦିଲ୍ଲୀପ