ଭୁବନେଶ୍ୱର, ୧୯ ଜୁଲାଇ (ହି.ସ.)- ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପଂଚମ ଦିନ ରାଜ୍ୟର କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି ହୋଇଛି ।
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ୨୦ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୧ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୨ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା (ମୟୂରଭଞ୍ଜ ଓ କେନ୍ଦୁଝର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ୨ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ