ସରକାର ସମ୍ବେଦନଶୀଳ ହୁଅନ୍ତୁ : ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଂଘ
ଭୁବନେଶ୍ୱର, ୧୯ ଜୁଲାଇ (ହି.ସ)- ଭୁବନେଶ୍ୱରସ୍ଥିତ ୟୁନିଟ୍‌-୯ ବୁଦ୍ଧମନ୍ଦିର ପରିସରରେ ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଅଜିତ ଦାସ ଓ ସମ୍ପାଦକ ଡଃ ପ୍ରଦୀପ କୁମାର ବିଶ୍ୱାଳ, କାର୍ଯ୍ୟକାରୀ ସଭ୍ୟା ହରିନମୟ ଦାସଙ୍କ ସହିତ ବହୁ ସଦସ୍ୟ ଉପସ୍ଥିତ
ସରକାର ସମ୍ବେଦନଶୀଳ ହୁଅନ୍ତୁ : ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଂଘ


ଭୁବନେଶ୍ୱର, ୧୯ ଜୁଲାଇ (ହି.ସ)- ଭୁବନେଶ୍ୱରସ୍ଥିତ ୟୁନିଟ୍‌-୯ ବୁଦ୍ଧମନ୍ଦିର ପରିସରରେ ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଅଜିତ ଦାସ ଓ ସମ୍ପାଦକ ଡଃ ପ୍ରଦୀପ କୁମାର ବିଶ୍ୱାଳ, କାର୍ଯ୍ୟକାରୀ ସଭ୍ୟା ହରିନମୟ ଦାସଙ୍କ ସହିତ ବହୁ ସଦସ୍ୟ ଉପସ୍ଥିତ ରହିବା ସହ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟର ପାଠ୍ୟକ୍ରମ, ସୁରକ୍ଷା ଓ ବିଦ୍ୟାର୍ଥୀଙ୍କୁ କିପରି ଉତମମାନର ଶିକ୍ଷା ସହିତ ନିରାପତା, ସଂଘର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିବା ସହ ସରକାର ସଂଘର ଦାବି, ସମସ୍ୟାକୁ ସମ୍ବେଦନଶୀଳ ଭାବେ ନେବାକୁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ମିଳିତ ସଂଘ ପକ୍ଷରୁ ସରକାରଙ୍କୁ ଅନୁରୋଧ କରାଯାଇଛି ଯେ, ଯାଥାଶୀଘ୍ର ବିଭିନ୍ନ ସମସ୍ୟାର ଆଶୁ ସମାଧାନ କରିବା ସହିତ ଭିତ୍ତିଭୂମିକୁ ସୁଦୃଢ କରିବାକୁ ନିର୍ଦ୍ଦେଶ ଦିଅନ୍ତୁ।)

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande