ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡ଼ା ୨୦୨୫ରେ ଓଡ଼ିଶା ପୋଲିସର ପଦକ ବିଜେତା କ୍ରୀଡ଼ାବିତମାନେ ପୋଲିସ ଡିଜିଙ୍କୁ ଭେଟିଲେ
ଭୁବନେଶ୍ୱର, 19 ଜୁଲାଇ (ହି.ସ.) ଖେଳାଳିଙ୍କ ଅସାଧାରଣ ପ୍ରତିଭା ଏବଂ କ୍ରୀଡ଼ା ଉତ୍କର୍ଷତା ନିମନ୍ତେ ଭୂୟସୀ ପ୍ରଶଂସା କଲେ ଡିଜି ଭୁବନେଶ୍ୱର, 19 ଜୁଲାଇ (ହି.ସ.) ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡ଼ା ୨୦୨୫ରେ ଓଡ଼ିଶା ପୋଲିସର ପଦକ ବିଜେତା କ୍ରୀଡ଼ା
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡ଼ା ୨୦୨୫ରେ ଓଡ଼ିଶା ପୋଲିସର ପଦକ ବିଜେତା କ୍ରୀଡ଼ାବିତମାନେ ପୋଲିସ ଡିଜିଙ୍କୁ ଭେଟିଲେ


ଭୁବନେଶ୍ୱର, 19 ଜୁଲାଇ (ହି.ସ.)

ଖେଳାଳିଙ୍କ ଅସାଧାରଣ ପ୍ରତିଭା ଏବଂ କ୍ରୀଡ଼ା ଉତ୍କର୍ଷତା ନିମନ୍ତେ ଭୂୟସୀ ପ୍ରଶଂସା କଲେ ଡିଜି

ଭୁବନେଶ୍ୱର, 19 ଜୁଲାଇ (ହି.ସ.) ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡ଼ା ୨୦୨୫ରେ ଓଡ଼ିଶା ପୋଲିସର ପଦକ ବିଜେତା କ୍ରୀଡ଼ାବିତମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ଓଡିଶା ପ୍ରତ୍ୟାବର୍ତନ କରିଛନ୍ତି। ଏହି ଅବସରରେ ରାଜ୍ୟ ପୋଲିସର ସଫଳ କ୍ରୀଡ଼ାବିତମାନେ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ପଦକ ବିଜେତାମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଖେଳାଳିଙ୍କ ଅସାଧାରଣ ପ୍ରତିଭା ଏବଂ କ୍ରୀଡ଼ା ଉତ୍କର୍ଷତା ନିମନ୍ତେ ଭୂୟସୀ ପ୍ରଶଂସା କରିଛନ୍ତି ।

ଏହି ପଦକ ଓଡ଼ିଶାର ଯୁବ ପ୍ରତିଭାମାନଙ୍କୁ କ୍ରୀଡ଼ା ପ୍ରତି ଆକୃଷ୍ଟ କରିବା ସହ ଭବିଷ୍ୟତରେ ନୂଆ ମାଇଲଖୁଣ୍ଟ ହାସଲ କରିବା ପାଇଁ ପ୍ରେରଣା ଯୋଗାଇବ ବୋଲି ଡିଜିପି ଆଶାବ୍ୟକ୍ତ କରିଛନ୍ତି। କ୍ରୀଡ଼ାବିତଙ୍କ ଏହି ଅସାଧାରଣ ସଫଳତା ଦେଶ, ଓଡ଼ିଶା ରାଜ୍ୟ ତଥା ଓଡ଼ିଶା ପୋଲିସ ବାହିନୀ ପାଇଁ ଗୌରବ ଆଣିଛି ବୋଲି ଡିଜିପି ଶ୍ରୀ ଖୁରାନିଆ ମତବ୍ୟକ୍ତ କରିଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ଆମେରିକାର ବର୍ମିଂହାମରେ ଜୁନ୍ ୨୭ ରୁ ଜୁଲାଇ ୬, ୨୦୨୫ ପର୍ଯ୍ୟନ୍ତ ଆୟୋଜିତ ହୋଇଥିବା ଏହି ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡ଼ା ୨୦୨୫ରେ ୭ ଜଣ ଓଡ଼ିଶା ପୋଲିସ କର୍ମଚାରୀ (୫ ପୁରୁଷ ଏବଂ ୨ ମହିଳା)ଙ୍କ ଏକ ଦଳ ଭାରତୀୟ ପୋଲିସ ଦଳର ପ୍ରତିନିଧିତ୍ୱ କରି ୨୦ ପଦକ ବିଜୟୀ ହୋଇ ଭାରତୀୟ କ୍ରୀଡା ଇତିହାସରେ ଏକ ଗୌରବମୟ ଅଧ୍ୟାୟ ଲେଖିଛନ୍ତି। ଓଡ଼ିଶା ପୋଲିସର ଖେଳାଳିମାନେ ବିଭିନ୍ନ ଆଥଲେଟିକ୍ସ ଏବଂ କରାଟେ ଇଭେଣ୍ଟରେ ବ୍ୟକ୍ତିଗତ ଭାବରେ ୧୩ ସ୍ୱର୍ଣ୍ଣ, ୩ ରୌପ୍ୟ ଏବଂ ୪ କାଂସ୍ୟ ସହ ମୋଟ ୨୦ ପଦକ ହାସଲ କରିଛନ୍ତି । ସେମାନଙ୍କର ଉତ୍କୃଷ୍ଟ ପ୍ରଦର୍ଶନ କେବଳ ଓଡ଼ିଶା ପୋଲିସ ପାଇଁ ଗୌରବ ଆଣିନାହିଁ ବରଂ ଭାରତର ପଦକ ତାଲିକାରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଛି।

ଆଜିର ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ( ରେଳବାଇ ଓ ଉପକୂଳ ସୁରକ୍ଷା) ଶ୍ରୀ ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ସଶସ୍ତ୍ର) ଶ୍ରୀ ରାଜେଶ କୁମାର, ଭୁବନେଶ୍ୱର- କଟକ ପୋଲିସ କମିଶନର ଡ଼ଃ. ଏସ. ଦେବଦତ୍ତ ସିଂ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ମୁଖ୍ୟାଳୟ) ଶ୍ରୀ ପ୍ରତୀକ ମହାନ୍ତି, ଅତିରିକ୍ତ ପୋଲିସ କମିଶନର ନରସିଂହ ଭୋଳ, ଆଇଜି, ଗୁଇନ୍ଦା, ଜୟ ନାରାୟଣ ପଙ୍କଜ, ରେଳବାଇ ଏସପି ବିବେକାନନ୍ଦ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ। ଓଡିଶା ପୋଲିସର କ୍ରୀଡା ଅଧିକାରୀ ନୀଳମାଧବ ସ୍ୱାଇଁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଉଲ୍ଲେଖଯୋଗ୍ୟ ଯେ, ପଦକ ବିଜେତା କ୍ରୀଡ଼ାବିତ ମାନେ ଆଜି ପୂର୍ବାହ୍ନରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଖେଳାଳିଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande