ଜୟପୁର, ୨୦ ଜୁଲାଇ (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ ଡମଗୁଡା ଜଙ୍ଗଲରେ ଆଜି ସକାଳ ୮ଠାରୁ ଅବକାରି ଚଢଉ ହୋଇଛି । ଏହି ଚଢାଉ ଅପରାହ୍ନ ୨ଟାରେ ଶେଷ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୁଚନା ପାଇ ଜୟପୁର ଅବକାରି ଥାନା ଚଢାଉ କରିଛି । ଚଢାଉ ସୁଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୫ ଶହ ଲିଟର ପୋଚ ଓ ୪୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଅଦିକୁ ଜବତ କରିଥିବା ବିଷୟ ଜୟପୁର ଅବକାରି ବିଭାଗ ତରଫରୁ ସୂଚନା ଦିଆଯାଇଛି ।
ହିନ୍ଦୁସ୍ଥାନ ସମାଚାର / ପିକେପି