ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୧୦ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ବରଗଡ଼ ଜିଲ୍ଲାର ଅତାବିରାରେ ସର୍ବାଧିକ ୧୦୨.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୦ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୧୦ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ବରଗଡ଼ ଜିଲ୍ଲାର ଅତାବିରାରେ ସର୍ବାଧିକ ୧୦୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ନବରଙ୍ଗପୁର ଜିଲ୍ଲାର ଝରିଗା
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୧୦ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ବରଗଡ଼ ଜିଲ୍ଲାର ଅତାବିରାରେ ସର୍ବାଧିକ ୧୦୨.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୦ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୧୦ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ବରଗଡ଼ ଜିଲ୍ଲାର ଅତାବିରାରେ ସର୍ବାଧିକ ୧୦୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ନବରଙ୍ଗପୁର ଜିଲ୍ଲାର ଝରିଗାଁରେ ୯୩.୬ ମି.ମି., ଅନୁଗୁଳ ଜିଲ୍ଲାର ଛେଣ୍ଡିପଦାରେ ୮୯.୬ ମି.ମି., ଜଗତସିଂହପୁର ଜିଲ୍ଲାର ଆଳିପିଙ୍ଗଳରେ ୮୬.୮ ମି.ମି., ନୟାଗଡ଼ ଜିଲ୍ଲାର ଓଡ଼ଗାଁରେ ୮୦.୯ ମି.ମି., ବରଗଡ଼ ଜିଲ୍ଲାର ସୋହେଲାରେ ୭୨.୦ ମି.ମି., ବଲାଙ୍ଗିର ଜିଲ୍ଲାର ସାଲେଭଟାରେ ୬୭.୪ ମି.ମି., ସମ୍ବଲପୁର ଜିଲ୍ଲାର ବାମରାରେ ୬୬.୨ ମି.ମି., ବରଗଡ଼ ଜିଲ୍ଲାର ପଦମପୁରରେ ୬୫.୦ ମି.ମି., ରାୟଗଡ଼ା ଜିଲ୍ଲାର ପଦ୍ମପୁରରେ ୬୫.୦ ମି.ମି., ଅନୁଗୁଳ ଜିଲ୍ଲାର ତାଳଚେରରେ ୫୬.୮ ମି.ମି., କେନ୍ଦୁଝର ଜିଲ୍ଲାର ହାଟଡିହିରେ ୫୫.୩ ମି.ମି. ଏବଂ ରାୟଗଡ଼ା ଜିଲ୍ଲାର ମୁନିଗୁଡ଼ାରେ ୫୪.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande