ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ତିନି ମୃତ
ଜୟପୁର, ୨୦ ଜୁଲାଇ (ହି.ସ.)- ଗତକାଲି ବିଳମ୍ବିତ ରାତିରେ ୨୬ ନମ୍ବର ଜାତୀୟ ରାଜପଥର ସୁନାବେଡା ଟ୍ରାଫିକ ଛକ ଟିଟିଏସ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ସଫାରୀ ଗାଡ଼ି ସହ ସେଲେରିଓ ଗାଡ଼ି ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କୁ ମେଡିକାଲ୍
ମର୍ମନ୍ତୁକ ଦୁର୍ଘଟଣା ରେ ତିନି ମୃତ


ଜୟପୁର, ୨୦ ଜୁଲାଇ (ହି.ସ.)- ଗତକାଲି ବିଳମ୍ବିତ ରାତିରେ ୨୬ ନମ୍ବର ଜାତୀୟ ରାଜପଥର ସୁନାବେଡା ଟ୍ରାଫିକ ଛକ ଟିଟିଏସ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ସଫାରୀ ଗାଡ଼ି ସହ ସେଲେରିଓ ଗାଡ଼ି ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କୁ ମେଡିକାଲ୍ ନେଉଥିବା ବେଳେ ବାଟରେ ମୃତ୍ୟୁ ଘଟିଥିଲା । ମୃତକ ଓ ଗୁରୁତର ମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି। ସୁନାବେଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରୁଛି।

କୋରାପୁଟ ଜିଲ୍ଲା ସୁନାବେଡ଼ା ଠାରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଆଶୁତୋଷ ରଣା, ଦିବ୍ୟରଞ୍ଜନ ପାତ୍ର ଓ ବିକାଶ ପାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ପ୍ରାଣହାନି ବିଷୟରେ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଥିଲେ । ଏହାସହ ମୁଖ୍ୟମନ୍ତ୍ରୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବା ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ଘଟଣାକୁ ନେଇ ଆଜି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି I

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande