ଭୁବନେଶ୍ୱର, ୨୦ ଜୁଲାଇ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି ହୋଇଛି ।
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ନୂଆପଡ଼ା, ଢ଼େଙ୍କାନାଳ, ଯାଜପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ୨୧ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୨ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା (ମୟୂରଭଞ୍ଜ ଓ କେନ୍ଦୁଝର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ