ଭୁବନେଶ୍ୱର, 20 ଜୁଲାଇ (ହି.ସ.)- କୋରାପୁଟ
ଜିଲ୍ଲା ସୁନାବେଡ଼ାଠାରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଆଶୁତୋଷ ରଣା (ପିତା – ବାଳକୃଷ୍ଣ ରଣା), ଦିବ୍ୟରଞ୍ଜନ ପାତ୍ର(ପିତା-ଲିଙ୍ଗରାଜ ପାତ୍ର), ବିକାଶ ପାତ୍ର(ପିତା- ସୂର୍ଯ୍ୟ ପାତ୍ର)ଙ୍କ ପ୍ରାଣହାନି ବିଷୟରେ ଜାଣି
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି
ସମବେଦନା ଜଣାଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା
ସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ
ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ଆହତଙ୍କ ସମସ୍ତ ଚିକିତ୍ସା
ଖର୍ଚ୍ଚ ରାଜ୍ୟ ସରକାର ବହନ କରିବା ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା