ଭୁବନେଶ୍ୱର, 21 ଜୁଲାଇ (ହି.ସ.) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ରାଜଭବନରେ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କୁ ଭେଟିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହାକୁ ଏକ ସୌଜନ୍ୟମୂଳକ ସାକ୍ଷାତ ବୋଲି ବର୍ଣ୍ଣନା କରାଯାଇଛି।
ଏହି ବୈଠକଟି ବହୁତ ସମୟ ଧରି ଚାଲିଥିଲା। ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା ସମୟରେ ଉଭୟଙ୍କ ମଧ୍ୟରେ କ’ଣ ଆଲୋଚନା ହୋଇଥିଲା ସେ ବିଷୟରେ କୌଣସି ସୂଚନା ମିଳି ନାହିଁ।
---------------
ହିନ୍ଦୁସ୍ଥାନ ସମାଚାର / ଅନିଲ