ନୂଆଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ନାବାଳିକାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ସହ ପରିବାର ବର୍ଗଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 21 ଜୁଲାଇ (ହି.ସ.)ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ ଅଗ୍ନିକାଣ୍ଡର ଶିକାର ହୋଇ ନୂଆଦିଲ୍ଲୀ ସ୍ଥିତ ଏମ୍ସ ମେଡିକାଲରେ ଚିକିତ୍ସାଧୀନ ଥିବା ନାବାଳିକାଙ୍କ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନାବାଳିକାଟିର ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ
ନୂଆଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ନାବାଳିକାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ସହ ପରିବାର ବର୍ଗଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 21 ଜୁଲାଇ (ହି.ସ.)ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ ଅଗ୍ନିକାଣ୍ଡର ଶିକାର ହୋଇ ନୂଆଦିଲ୍ଲୀ ସ୍ଥିତ ଏମ୍ସ ମେଡିକାଲରେ ଚିକିତ୍ସାଧୀନ ଥିବା ନାବାଳିକାଙ୍କ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନାବାଳିକାଟିର ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି । ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ଶୀଘ୍ର ସୁସ୍ଥ ହୋଇ ସେ ଘରକୁ ଫେରିବା ନେଇ ଶ୍ରୀ ପ୍ରଧାନ ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande