ଟାଙ୍ଗୀ ବ୍ଲକ ନୂଆଗଡ ଗ୍ରାମପଂଚାୟତରେ ମିଳିତ ଅଭିଯୋଗ ଶୁଣାଣି ଶିବିର
ଖୋର୍ଦ୍ଧା, ୨୧ ଜୁଲାଇ (ହି.ସ.)- ଟାଙ୍ଗୀ ବ୍ଲକ ଅନ୍ତର୍ଗତ, ନୂଆଗଡ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ପୁଲିସ ପ୍ରଶାସନ ର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅତିରିକ୍ତ ଜିଲ୍ଲାପାଳ , ପ୍ରଶାସନ ପ୍ରତାପ ଚନ୍ଦ୍ର ବେଉରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛ
ଅଭିଯୋଗ


ଖୋର୍ଦ୍ଧା, ୨୧ ଜୁଲାଇ (ହି.ସ.)- ଟାଙ୍ଗୀ ବ୍ଲକ ଅନ୍ତର୍ଗତ, ନୂଆଗଡ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ପୁଲିସ ପ୍ରଶାସନ ର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅତିରିକ୍ତ ଜିଲ୍ଲାପାଳ , ପ୍ରଶାସନ ପ୍ରତାପ ଚନ୍ଦ୍ର ବେଉରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀନିବାସ ମହାନ୍ତି,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ , ଉପଜିଲ୍ଲାପାଳ, ଖୋର୍ଦ୍ଧା କିଶୋର କୁମାର ପଣ୍ଡା, ବି ଡି ଓ, ଟାଙ୍ଗୀ ରୋମାନା ଯାଫ୍ରି, ତହସିଲଦାର , ନିଷ୍ଠା ମହାପାତ୍ର,ଡେପୁଟି କଲେକ୍ଟର , ଜରୁରୀ, ଶ୍ରୀତପା ମିଶ୍ର,ସହକାରୀ ଜିଲ୍ଲାପାଳ, ଅଭିଯୋଗ, ଭୁବନେଶ୍ଵରୀ କଅଁର ଯୋଗଦେଇଥିଲେ l ଅଭିଯୋଗ ଶିବିରକୁ ମୋଟ ୧୩୨ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୧୧୯ ଗୋଟି ଅଭିଯୋଗ ବ୍ୟକ୍ତିଗତ ଏବଂ ୧୩ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା l ସମସ୍ତ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରାଯାଇ ୪୦ ଗୋଟି ଅଭିଯୋଗର ଅଭିଯୋଗ ସ୍ଥଳରେ ସମାଧାନ କରାଯାଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକର ତୁରନ୍ତ ସମାଧାନ ପାଇଁ ସଂପୃକ୍ତ ଅଧିକାରୀମାନେ ପଦକ୍ଷେପ ଗ୍ରହଣ କରିବାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବେଉରା ନିର୍ଦ୍ଦେଶ ଦେଇଥିଲେ l

ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ , ଅଧିକ୍ଷଣ ଯନ୍ତ୍ରୀ, ପୂର୍ତ୍ତ, ଖୋର୍ଦ୍ଧା, ଇଂ ଶିବ ଲାଲ ସାହୁ, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ରଶ୍ମିତା ଦାସ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ,ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ରବି ନାରାୟଣ ସେନାପତି,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ କୁମାର ହିଆଲ, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ୟାମଲେନ୍ଦୁ ନାୟକ , ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ, ଜିଲ୍ଲା ମଙ୍ଗଳ ଅଧିକାରୀ ଡ. ଗୀତାଂସୁ ଦାଶ ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ l

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande