ଭୁବନେଶ୍ୱର, 21 ଜୁଲାଇ (ହି.ସ.)- କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ବିୟୋଗରେ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ
ପରଲୋକ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ
ପ୍ରାର୍ଥନା କରୁଛି ଯେ ସେ ଦିବଙ୍ଗତ ଆତ୍ମାଙ୍କୁ ଶାନ୍ତି ପ୍ରଦାନ କରିବା ସହ ତାଙ୍କ ପରିବାରବର୍ଗ
ଓ ସମର୍ଥକମାନଙ୍କୁ ଏହି ଦୁଃଖ ସହିବାର ଶକ୍ତି ପ୍ରଦାନ କରନ୍ତୁ । ଓଁ ଶାନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା