ଭୁବନେଶ୍ୱର, ୨୨ ଜୁଲାଇ (ହି.ସ)- ଚମ୍ପୁଆଠାରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ସୁନ୍ଦରଗଡ଼ର ସଞ୍ଜିତ ଲାଖୁଆ (ପିତା – ସୁଧା ଲାଖୁଆ)ଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା