ଜୁଲାଇ ୨୪ରୁ ୨୬ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ
ଭୁବନେଶ୍ୱର, ୨୨ ଜୁଲାଇ (ହି.ସ.)- ଜୁଲାଇ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବ । ଓଡ଼ିଶା ଉପକୂଳ ଓ ବାହାରେ, ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳରେ ପବନର ବେଗ ଘଂଟା ପ୍ରତି ୩୫ରୁ ୪୫ କି.ମି. ଏବଂ ସ୍ଥଳ ବିଶେଷରେ ୫୫ କି.ମି.କୁ ଛୁଇଁପାରେ । ଏଣୁ ଏହି ସମୟରେ ମତ୍ସ୍ୟଜ
ଜୁଲାଇ ୨୪ରୁ ୨୬ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ


ଭୁବନେଶ୍ୱର, ୨୨ ଜୁଲାଇ (ହି.ସ.)- ଜୁଲାଇ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବ । ଓଡ଼ିଶା ଉପକୂଳ ଓ ବାହାରେ, ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳରେ ପବନର ବେଗ ଘଂଟା ପ୍ରତି ୩୫ରୁ ୪୫ କି.ମି. ଏବଂ ସ୍ଥଳ ବିଶେଷରେ ୫୫ କି.ମି.କୁ ଛୁଇଁପାରେ । ଏଣୁ ଏହି ସମୟରେ ମତ୍ସ୍ୟଜିବୀମାନଙ୍କୁ ସମୁଦ୍ରକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande