ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ ନୂତନ କେନ୍ଦ୍ରାପଡ଼ା କଲେଜ ଅଧ୍ୟକ୍ଷଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
କେନ୍ଦ୍ରାପଡ଼ା, ୨୨ ଜୁଲାଇ(ହି.ସ.) – କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷ ଭାବେ ପ୍ରଫେସର ଶାନ୍ତନୁ କୁମାର ଜେନା ଦାୟୀତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ କେନ୍ଦ୍ରାପଡା ମହାବିଦ୍ୟାଳୟର ଏନ.ସି.ସି. ବାଳିକା ବିଭାଗର ସମସ୍ତ କ୍ୟାଡେଟ ଓ କ୍ୟାପଟେନ ସୀମା ମହାନ୍ତିଙ୍କ ସହ ମାଇଁ ଏନସି
ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ ନୂତନ କେନ୍ଦ୍ରାପଡ଼ା କଲେଜ ଅଧ୍ୟକ୍ଷଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା


କେନ୍ଦ୍ରାପଡ଼ା, ୨୨ ଜୁଲାଇ(ହି.ସ.) – କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷ ଭାବେ ପ୍ରଫେସର ଶାନ୍ତନୁ କୁମାର ଜେନା ଦାୟୀତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ କେନ୍ଦ୍ରାପଡା ମହାବିଦ୍ୟାଳୟର ଏନ.ସି.ସି. ବାଳିକା ବିଭାଗର ସମସ୍ତ କ୍ୟାଡେଟ ଓ କ୍ୟାପଟେନ ସୀମା ମହାନ୍ତିଙ୍କ ସହ ମାଇଁ ଏନସିସି ଆଲୁମିନି ଆସୋସିଏସନର ସମ୍ପାଦକ ଚିନ୍ମୟ କୁମାର ବିଶ୍ୱାଳ, ଶ୍ରୀକାନ୍ତ ପୋଥାଳ, ଅନୁପ କୁମାର ରାଉତ, ସେକ ରିଆଜୁଦ୍ଦିନ ଅହେମ୍ମଦଙ୍କ ସମେତ ବହୁ ସଦସ୍ୟ ଉପସ୍ଥିତ ରହି ନୂତନ ଅଧ୍ୟକ୍ଷ ପ୍ରଫେସର ଜେନାଙ୍କୁ ପୁଷ୍ପଗୁଛ ଓ ଉତରୀୟ ପ୍ରଦାନ ପୂର୍ବକ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଏହି ଅବସରରେ କଲେଜର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯିବା ସହିତ ସେସବୁର ସମାଧାନ ସହ ବିଭିନ୍ନ ଗଠନ ମୂଳକ କାର୍ଯ୍ୟରେ ମାଇଁ ଏନସିସି ଆଲୁମିନି ଆସୋସିଏସନର ସଦସ୍ୟମାନେ ଆବଶ୍ୟକ ସହଯୋଗ ନୂତନ ଅଧ୍ୟକ୍ଷଙ୍କୁ ଯୋଗାଇ ଦେବେ ବୋଲି ପ୍ରତିଶୃତି ଦେଇଥିଲେ।

ହିନ୍ଦୁସ୍ଥାନ ସମାଚାର/ରବି/ବୀଣାପାଣି

.......................................

ହିନ୍ଦୁସ୍ଥାନ ସମାଚାର / ବୀଣାପାଣି


 rajesh pande