ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ସ୍ଥାନରେ ଭୀଷଣ ବର୍ଷା, ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ସର୍ବାଧିକ ୯୯.୪ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୨ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ସର୍ବାଧିକ ୯୯.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ନୂଆପଡ଼ା ଜିଲ୍ଲାର
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ସ୍ଥାନରେ ଭୀଷଣ ବର୍ଷା, ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ସର୍ବାଧିକ ୯୯.୪ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୨ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ସର୍ବାଧିକ ୯୯.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ନୂଆପଡ଼ା ଜିଲ୍ଲାର କୋମନାରେ ୮୮.୪ ମି.ମି., କୋରାପୁଟ ଜିଲ୍ଲାର କୋଟପାଡ଼ରେ ୮୪.୦ ମି.ମି., ନବରଙ୍ଗପୁର ଜିଲ୍ଲାର କୋଷାଗୁମୁଡ଼ାରେ ୬୮.୫ ମି.ମି., କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୬୨.୪ ମି.ମି., କଳାହାଣ୍ଡି ଜିଲ୍ଲାର ଜୟପାଟଣାରେ ୬୨.୦ ମି.ମି., ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡିରେ ୪୬.୦ ମି.ମି., କନ୍ଧମାଳ ଜିଲ୍ଲାର କେ. ନୂଆଗାଁରେ ୪୬.୦ ମି.ମି., ନୂଆପଡ଼ା ଜିଲ୍ଲାର ବୋଡେନରେ ୩୬.୦ ମି.ମି., ମାଲକାନଗିରି ଜିଲ୍ଲାର ମାଥିଲିରେ ୩୦.୦ ମି.ମି., ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରେ ୨୬.୦ ମି.ମି., ନବରଙ୍ଗପୁର ଜିଲ୍ଲାର ଉମରକୋଟରେ ୨୬.୦ ମି.ମି. ଏବଂ ଝରିଗାଁରେ ୨୪.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande