ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୨ ଜୁଲାଇ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲା(ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନ
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୨ ଜୁଲାଇ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲା(ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୨୩ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୨୪ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର,ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖରେ ଭୀଷଣ ବର୍ଷା ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande