ଜିଲ୍ଲାସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ପ୍ରସ୍ତୁତି ବୈଠକ
ସମ୍ବଲପୁର, ୨୩ ଜୁଲାଇ(ହି.ସ.) – ସମ୍ବଲପୁରରେ ଜିଲ୍ଲା ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଅଶୋକ କୁମାର ଭୋଇ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ସୁଧାଂଶୁ କୁମାର ଭୋଇ, ମୁଖ୍ୟ ଉନ
ଜିଲ୍ଲା ସ୍ତରୀୟ ୭୯ ତମ ସ୍ଵାଧୀନତା ଦିବସ  ପ୍ରସ୍ତୁତି ବୈଠକ


ଜିଲ୍ଲା ସ୍ତରୀୟ ୭୯ ତମ ସ୍ଵାଧୀନତା ଦିବସ  ପ୍ରସ୍ତୁତି ବୈଠକ


ସମ୍ବଲପୁର, ୨୩ ଜୁଲାଇ(ହି.ସ.) – ସମ୍ବଲପୁରରେ ଜିଲ୍ଲା ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଅଶୋକ କୁମାର ଭୋଇ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ସୁଧାଂଶୁ କୁମାର ଭୋଇ, ମୁଖ୍ୟ ଉନ୍ନୟନ ଅଧିକାରୀ- ଜିଲ୍ଲା ପରିଷଦ ପ୍ରସନ୍ନ କୁମାର ପାତ୍ର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପ୍ରକାଶ ଜେମ୍ସ ଟପୋଙ୍କ ସମେତ ପ୍ରମୁଖ ବିଭାଗୀୟ ଅଧିକାରୀ,ସମସ୍ତ ସ୍କୁଲ ଓ କଲେଜ ର ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ ସମାଜସେବୀ, ଶିକ୍ଷାବିତ, ଗଣମାଧ୍ୟମ ପ୍ରତିନିଧି, ସ୍ୱେଛାସେବୀ ଅନୁଷ୍ଠାନର କର୍ମଚାରୀ ଉପସ୍ଥିତ ରହି ଦିବସଟି କିପରି ଚଳିତ ବର୍ଷ ମହା ସମାରୋହରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରାଯିବ ସେହି ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ। ଚଳିତ ବର୍ଷ ସ୍ୱାଧୀନତା ଦିବସ ପାଳନ ଦିବସରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ୱାରା ସକାଳ ୫.୦୦ ମି.ସମୟରେ ସମ୍ବଲପୁର ମହାନଗର ନିଗମ ଅଂଚଳରେ ରାମଧୂନ ପରିବେଷଣ କରାଯିବ।ପରେ ସହରରେ ବିଭିନ୍ନ ସ୍ଥାନରେ ଥିବା ବୀରପୁତ୍ର ଙ୍କ ପ୍ରତିମୂର୍ତି ରେ ମାଲ୍ୟାର୍ପଣ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ପୂର୍ବାହ୍ନ ୯ ଘଟିକା ୧୫ ମିନଟ ସମୟରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତୋଳନ କରି ସମବେତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିବା ସହିତ ଅଭିଭାଷଣ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ସମସ୍ତ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ଗୁଡିକରେ ଉକ୍ତ ଦିନ ପୂର୍ବାହ୍ନ ଘ.୭.୦୦ ଘଟିକାରୁ ଘ.୭.୩୦ ଘଟିକା ସମୟ ମଧ୍ୟରେ ରାଷ୍ଟ୍ରୀୟ ସଙ୍ଗୀତ ଗାନ ପୂର୍ବକ ଜାତୀୟ ପତାକା ଉତୋଳନ କରିବା ପାଇଁ ନିଷ୍ପତି ଗ୍ରହଣ କରାଯାଇଛି। ଏହି ଜାତୀୟ ଦିବସଟି ସହରର ସମସ୍ତ ମାନ୍ୟଗଣ୍ୟ ଅତିଥିଙ୍କୁ ଆମନ୍ତ୍ରିତ କରାଯିବ। ଏହି ଦିବସ ପାଳନ ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ, ଏଥିରେ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଉକ୍ତ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିପାରିବେ। ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପ୍ୟାରେଡ଼ରେ ଅଂଶ ଗ୍ରହଣ କରିବେ। ଏଥିସକାଶେ ଅଗଷ୍ଟ ମାସ ୧୧, ୧୨ ଏବଂ ୧୩ ତାରିଖ ପର୍ଯ୍ୟନ୍ତ ରିଜର୍ଭ ପୁଲିସ ଗ୍ରାଉନ୍ଡ ଠାରେ ରିଜର୍ଭ ଇନ୍ସପେକ୍ଟର ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପ୍ୟାରେଡ଼ ଅଭ୍ୟାସ ଅନୁଷ୍ଠିତ ହେବ। ପ୍ୟାରେଡ୍ ପ୍ରତିଯୋଗିତାର ଶ୍ରେଷ୍ଠ ବିବେଚିତ ଦଳଙ୍କୁ ସିଲ୍ ଏବଂ ଅନ୍ୟାନ୍ୟ କୃତୀତ୍ୱ ହାସଲକାରୀ ଦଳଙ୍କୁ ମେମୋରିଆଲ୍ ପୁରସ୍କାର ପ୍ରଦାନ କରାଯିବ।ଅନୁଷ୍ଠିତ ସମସ୍ତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଉତ୍ସବର ଆୟୋଜିତ କାର୍ଯ୍ୟକ୍ରମ ଠାରେ ପୁରସ୍କୃତ କରାଯିବ। ଏଥିସହ ପ୍ୟାରେଡ ପଡିଆ ସାଜସଜ୍ଜା, ବ୍ୟାରିକେଡ଼ ନିର୍ମାଣ, ଶାନ୍ତିଶ୍ରୁଙ୍ଖଳା ରକ୍ଷା, ପାନୀୟଜଳ ଯୋଗାଣ, ପରିଷ୍କାର ପରିଚ୍ଛନ୍ନତା, ଅସ୍ଥାୟୀଶିବିର ବ୍ୟବସ୍ଥା ନିମନ୍ତେ ସମ୍ପୃକ୍ତ ଅଧିକାରୀ ଙ୍କୁ ଦାୟିତ୍ୱ ଦିଆଯାଇଥିଲା ।କାର୍ଯ୍ୟକ୍ରମ ପରେ ମୁଖ୍ୟ ଅତିଥି ସମ୍ବଲପୁର ମଣ୍ଡଳ କାରାଗାର, ନାରୀବନ୍ଦି ନିକେତନ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଦୁର୍ଗାପାଲି ସ୍ଥିତ ଦୟାମଣି ଜରା ନିବାସର ଅନ୍ତେବାସୀଙ୍କୁ ମିଷ୍ଠାନ୍ନ ଓ ଶୁଖିଲା ଖାଦ୍‌ଯ ବଣ୍ଟନ, ଓଡିଶା ସାଂସ୍କୃତିକ ସମାଜ ସଭା ଗୃହରେ ଉତ୍ସର୍ଗ ଆନୁକୁଲ୍ୟରେ ଅନୁଷ୍ଠିତ ରକ୍ତଦାନ ଶିବିର ରେ ଯୋଗଦେବେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସଞ୍ଜୁକ୍ତା କୁଲୁ ସଭା ପରିଚାଳନା କରିବା ସହିତ ପ୍ରାରମ୍ଭ ରେ ସ୍ୱାଗତ ଓ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

ହିନ୍ଦୁସ୍ଥାନ ସମାଚାର/ଶୈଳେଶ/ବୀଣାପାଣି

.......................................

ହିନ୍ଦୁସ୍ଥାନ ସମାଚାର / ଶୈଳେଶ


 rajesh pande