ଆଉ ୪ ସ୍ଲୁଇସ୍ ଗେଟ୍ ଖୋଲିଲା :  ହୀରାକୁଦ ଜଳଭଣ୍ଡାରରୁ ୧୨ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୨୫ ଜୁଲାଇ (ହି.ସ.)- ଶୁକ୍ରବାର ପୂର୍ବାହ୍ନ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ୮ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ସ୍ଥିତିକୁ ଦେଖି ବାମ ପାଶ୍ୱର୍ ଡାଇକ୍ ର ୩ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ କୁ ଖୋଲା ଯାଇଛି । ଫଳରେ ଏବେ ମୋଟ୍ ୧୨ଟି ସ
ହୀରାକୁଦ ଜଳଭଣ୍ଡାର


ସମ୍ବଲପୁର, ୨୫ ଜୁଲାଇ (ହି.ସ.)- ଶୁକ୍ରବାର ପୂର୍ବାହ୍ନ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ୮ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ସ୍ଥିତିକୁ ଦେଖି ବାମ ପାଶ୍ୱର୍ ଡାଇକ୍ ର ୩ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ କୁ ଖୋଲା ଯାଇଛି । ଫଳରେ ଏବେ ମୋଟ୍ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୮ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୪ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଆଜି ଦିନ ୧୨ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୦୯.୩୩ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୨୬ ହଜାର ୧୫୧ କ୍ୟୁସେକ୍ ଜଳ ପ୍ରବେଶ କରୁଥିଲା ବେଳେ ୧୨ଟି ସ୍ଲୁଇସ୍ ଗେଟ୍‌, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୨ ଲକ୍ଷ ୧୧ ହଜାର ୧୫୩ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି ।

ପ୍ରକାଶ ଥାଉକି, ଗତ ୬ ତାରିଖ ଠାରୁ ହୀରାକୁଦ ଜଳଭଣ୍ଡାରରୁ ଛଡାଯାଉଛି ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି । ବିଶେଷ କରି ଉପରେ ମୁଣ୍ଡର ପାଣି ଉପରେ ନିର୍ଭର କରି ହୀରାକୁଦର ସ୍ଲୁଇସ୍ ଗେଟ୍ ଖୋଲା ବନ୍ଦରେ ଘନଘନ ପରିବର୍ତନ ହେଉଥିବାରୁ ହୀରାକୁଦ ବନ୍ଧ ସଂଲଗ୍ନ ସମ୍ପୂର୍ଣ୍ଣ ବୁର୍ଲା ଏବଂ ହୀରାକୁଦ ଅଂଚଳ ପ୍ରତି ମଧ୍ୟ ନଜର ରଖିଛି ପ୍ରଶାସନ ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande