କେନ୍ଦୁଝର, ୨୬ ଜୁଲାଇ (ହି.ସ.) - କେନ୍ଦୁଝର ଜିଲ୍ଲାରେ ଦୁଇ ଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ତେଲକୋଇ ବ୍ଲକର ପିଟାନାଳି ପୋଲ ଉପରେ ତିନି ଫୁଟ ଉପରେ ପାଣି ପ୍ରବାହିତ ହେଉଛି। ଏହା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଥିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA