ଭୁବନେଶ୍ୱର, ୨୬ ଜୁଲାଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲା(ଦେବଗଡ଼, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କନାଳ, ଅନୁଗୁଳ, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅରେଞ୍ଜ ୱାର୍ଣ୍ଣିଂ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୨୭ ତାରିଖ ଅର୍ଥାତ୍ ଆସନ୍ତାକାଲି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ