ଭୁବନେଶ୍ୱର, 26 ଜୁଲାଇ (ହି.ସ.)- ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ
କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ
କହିଛନ୍ତି ଯେ, ବିଶିଷ୍ଟ ସାରସ୍ଵତ ସାଧକ, ସମାଜ ସଂସ୍କାରକ
ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧବାର୍ଷିକୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ଓଡ଼ିଆ
ସାହିତ୍ୟକୁ ରୁଦ୍ଧିମନ୍ତ କରିବା ସହ ଶିକ୍ଷା ଓ ସମାଜ ସଂସ୍କାର କ୍ଷେତ୍ରରେ ତାଙ୍କର ଅତୁଳନୀୟ
ଅବଦାନ ସର୍ବଦା ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା