ଭୁବନେଶ୍ୱର, ୨୭ ଜୁଲାଇ (ହି.ସ.) - ବିଜେଡି କର୍ପୋରେଟର ଅମରେଶ ଜେନାଙ୍କୁ ଗିରଫ କରିଛି କମିଶନରେଟ୍ ପୁଲିସ୍। ତାଙ୍କୁ ବାଲେଶ୍ୱରରୁ ଗିରଫ କରାଯାଇଥିବାର ସୂଚନା ରହିଛି। ଗତକାଲି ତାଙ୍କୁ ଫେରାର ହେବାରେ ସହଯୋଗ କରିଥିବା ଅଭିଯୋଗରେ ଅମରେଶଙ୍କ ୫ ସହଯୋଗୀଙ୍କୁ ଲକ୍ଷ୍ମୀସାଗର ଥାନା ପୁଲିସ ଗିରଫ କରିଥିଲା।
ସୂଚନାନୁସାରେ, ଗତ ଗୁରୁବାର ଦିନ ଲକ୍ଷ୍ମୀସାଗର ଥାନାରେ ଜଣେ ଯୁବତୀ ଅମରେଶ ଜେନା ଓରଫ ବାୟାଁଙ୍କ ନାମରେ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭ୍ରୁଣହତ୍ୟା ପାଇଁ ବାଧ୍ୟ କରିଥିବା ନେଇ ଅଭିଯୋଗ କରିଥିଲେ। କିନ୍ତୁ ଗିରଫ ପୂର୍ବରୁ ଅଭିଯୁକ୍ତ ଅମରେଶ ଜେନା ଫେରାର ହୋଇଯାଇଥିଲେ। ପୁଲିସ ତାଙ୍କ ମୋବାଇଲ ଟ୍ରାକିଂ କରିବା ବେଳେ କିଛି ସହଯୋଗୀଙ୍କ ସହିତ କଥା ହୋଇଥିବା ପୁଲିସ ଜାଣିବାକୁ ପାଇଥିଲା। ସେମାନଙ୍କୁ ଥାନାକୁ ଆଣି ପୁଲିସ ପଚରାଉଚରା କରିଥିଲା। ସେମାନେ ତାଙ୍କୁ ଫେରାର ହେବାରେ ସହଯୋଗ କରିଥିବା ସ୍ୱୀକାର କରିଥିଲେ। ପରେ ସେମାନଙ୍କୁ ଗିରଫ କରି ପୁଲିସ କୋର୍ଟଚାଲାଣ କରିଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା