ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କେନ୍ଦୁଝର ଜିଲ୍ଲାର ହାଟଡିହିରେ ସର୍ବାଧିକ ୩୫.୨ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୭ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କେନ୍ଦୁଝର ଜିଲ୍ଲାର ହାଟଡିହିରେ ସର୍ବାଧିକ ୩୫.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବରଗଡ଼ ଜିଲ୍ଲାର ଝାରବନ୍ଧରେ ୩୫.୦ ମି.ମି., ବାଲେଶ୍ୱର ଜିଲ୍ଲାର ବାହାନଗାରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କେନ୍ଦୁଝର ଜିଲ୍ଲାର ହାଟଡିହିରେ ସର୍ବାଧିକ ୩୫.୨ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୭ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କେନ୍ଦୁଝର ଜିଲ୍ଲାର ହାଟଡିହିରେ ସର୍ବାଧିକ ୩୫.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ବରଗଡ଼ ଜିଲ୍ଲାର ଝାରବନ୍ଧରେ ୩୫.୦ ମି.ମି., ବାଲେଶ୍ୱର ଜିଲ୍ଲାର ବାହାନଗାରେ ୩୩.୦ ମି.ମି., ସୋନପୁର ଜିଲ୍ଲାର ଉଲୁଣ୍ଡାରେ ୩୨.୨ ମି.ମି., ଅନୁଗୁଳ ଜିଲ୍ଲାର ଆର.କେ. ନଗରରେ ୩୧.୨ ମି.ମି., ମାଲକାନଗିରି ଜିଲ୍ଲାର କୋରୁକୁଣ୍ଡାରେ ୩୦.୦ ମି.ମି., ଅନୁଗୁଳ ଜିଲ୍ଲାର ଛେଣ୍ଡିପଦାରେ ୨୮.୪ ମି.ମି., କେନ୍ଦୁଝର ଜିଲ୍ଲାର ବାଂଶପାଳରେ ୨୭.୫ ମି.ମି., କୋରାପୁଟ ଜିଲ୍ଲାର ଜୟପୁରରେ ୨୬.୪ ମି.ମି., ଅନୁଗୁଳ ଜିଲ୍ଲାର ପାଲଲହଡ଼ାରେ ୨୪.୬ ମି.ମି., କୋରାପୁଟ ଜିଲ୍ଲାର କୋରାପୁଟରେ ୨୨.୪ ମି.ମି., ମାଲକାନଗିରି ଜିଲ୍ଲାର ମାଥିଲିରେ ୨୦.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର କଙ୍କଡ଼ାହାଡ଼ରେ ୧୯.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande