୨୮ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ : ୨୯ ତାରିଖରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୭ ଜୁଲାଇ (ହି.ସ.)- ଆଗାମୀ ୨୪ ଘଂଟା ପାଇଁ କୌଣସି ଚେତାବନୀ ନଥିବା ବେଳେ ୨୮ ତାରିଖ ଅର୍ଥାତ୍ ଆସନ୍ତାକାଲି ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨୯ ତାରିଖରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍
୨୮ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ : ୨୯ ତାରିଖରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୭ ଜୁଲାଇ (ହି.ସ.)- ଆଗାମୀ ୨୪ ଘଂଟା ପାଇଁ କୌଣସି ଚେତାବନୀ ନଥିବା ବେଳେ ୨୮ ତାରିଖ ଅର୍ଥାତ୍ ଆସନ୍ତାକାଲି ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨୯ ତାରିଖରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

୨୮ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ । ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

୨୯ ତାରିଖରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା(ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲା(ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୩ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଚେତାବନୀ ଜାରି ହୋଇଥିବା ଜିଲ୍ଲାଗୁଡିକର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande