ଖୋର୍ଦ୍ଧା, ୨୮ ଜୁଲାଇ (ହି.ସ.)- ସୋମବାର ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ, ଗୋଡ଼ିପଡା ଗ୍ରାମପଂଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ପୁଲିସ ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଭାରପ୍ରାପ୍ତ ଜିଲ୍ଲାପାଳ, ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସାଗରୀକା ନାଥ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋର୍ଦ୍ଧା କିଶୋର କୁମାର ପଣ୍ଡା, ଖୋର୍ଦ୍ଧା ପଂଚାୟତ ସମିତି ଉପାଧ୍ୟକ୍ଷ ପ୍ରକାଶ ସାମନ୍ତରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ତହସିଲଦାର ବିଭାଷ ପାଣିଗ୍ରାହୀ, ବି ଡି ଓ କ୍ଷିରାଦ୍ଵି ତନୟା ସାହୁ ମଞ୍ଚାସିନ ଥିଲେ l ଅଭିଯୋଗ ଶୁଣାଣି ଶିବିରକୁ ମୋଟ ୨୪୮ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୨୩୬ ଗୋଟି ଅଭିଯୋଗ ବ୍ୟକ୍ତିଗତ ଏବଂ ୧୨ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟାଜନିତ ଥିଲା l ସମସ୍ତ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରାଯାଇ ୪ ଗୋଟି ଅଭିଯୋଗର ଅଭିଯୋଗ ସ୍ଥଳରେ ସମାଧାନ କରାଯାଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକର ତୁରନ୍ତ ସମାଧାନ ପାଇଁ ସଂପୃକ୍ତ ଅଧିକାରୀମାନେ ପଦକ୍ଷେପ ଗ୍ରହଣ କରିବାକୁ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ପ୍ରଧାନ ନିର୍ଦ୍ଦେଶ ଦେଇଥିଲେ l ସେହିପରି ଗୋଡିପଡା ଗ୍ରାମପଞ୍ଚାୟତର ଗୁରୁତର ଅସୁସ୍ଥ ଥିବା ଅନ୍ତୁ ମାଝୀଙ୍କ ସ୍ଵାମୀ ମହେନ୍ଦ୍ର ମାଝୀଙ୍କ ଚିକିତ୍ସା ନିମନ୍ତେ ଅନ୍ତୁ ମାଝୀଙ୍କ ଦରଖାସ୍ତକୁ ବିଚାର କରାଯାଇ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ହଜାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା l ପରେ ଜିଲ୍ଲାପାଳ ଓ ପ୍ରାଶାସନିକ ଅଧିକାରୀ ବୃନ୍ଦ ସରକାରଙ୍କର ବିଭିନ୍ନ ଅଗ୍ରଣୀ ଜନକଲ୍ୟାଣ ଯୋଜନାର ଷ୍ଟଲ ବୁଲି ଦେଖିଥିଲେ l
ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର, ଜରୁରୀ ଶ୍ରୀତପା ମିଶ୍ର, ଆସିଷ୍ଟାଣ୍ଟ କଲେକ୍ଟର ଭୁବନେଶ୍ଵରୀ କଅଁର,ଅଧିକ୍ଷଣ ଯନ୍ତ୍ରୀ, ପୂର୍ତ୍ତ, ଖୋର୍ଦ୍ଧା, ଇଂ ଶିବ ଲାଲ ସାହୁ, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ରଶ୍ମିତା ଦାସ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ରବି ନାରାୟଣ ସେନାପତି,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ କୁମାର ହିଆଲ , ଜିଲ୍ଲା ପଂଚାୟତ ଅଧିକାରୀ ଶ୍ୟାମଲେନ୍ଦୁ ନାୟକ , ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ଜ୍ଞାନେନ୍ଦ୍ରିୟ ମିଶ୍ର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ, ବାଣିଶ୍ରି ପଟ୍ଟନାୟକ,ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ , ଜିଲ୍ଲା ମଙ୍ଗଳ ଅଧିକାରୀ ଡ. ଗୀତାଂସୁ ଦାଶ , ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରାଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ l
---------------
ହିନ୍ଦୁସ୍ଥାନ ସମାଚାର / ରାକେଶ