ସୁବର୍ଣ୍ଣପୁର, ୨୮ ଜୁଲାଇ(ହି.ସ.) – ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ତରଭା ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି କ୍ଷ ନୂତନ ଭାବେ ଯୋଗଦାନ କରିଥିବା ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ. ନୃପରାଜ ସାହୁ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତି ଓ ସମସ୍ୟା ନିହିତ ସର୍ବମୋଟ ୪୦ ( ଚାଳିଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୨୯(ଅଣତିରିଶ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୧(ଏଗାର) ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୦୨(ଦୁଇ) ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିର ରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ, ତରଭା, ଶ୍ରୀ ଗଙ୍ଗାରାମ ବୁଡେକ୍ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ, ସୁବର୍ଣ୍ଣପୁର, ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ସୋନପୁର ଶ୍ରୀମତି ସୋମ୍ୟାରୁପା ରଥଙ୍କ ସମେତ ତହସିଲଦାର, ତରଭା ତଥା ବିଭିନ୍ନ ଜିଲ୍ଳାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।
ହିନ୍ଦୁସ୍ଥାନ ସମାଚାର/ଗୋପବନ୍ଧୁ/ବୀଣାପାଣି
.......................................
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ