ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୮ ଜୁଲାଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୮ ଜୁଲାଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ନୟାଗଡ଼, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଏବଂ ଗଞ୍ଜାମ, ଗଜପତି । ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଆସନ୍ତାକାଲି ଅର୍ଥାତ୍ ୨୯ ତାରିଖରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande