ଆଜି ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି : ସନ୍ଧ୍ୟା ୬ ରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ
ପୁରୀ, ୨୮ ଜୁଲାଇ (ହି.ସ.)- ଆଜି ସୋମବାର ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ
ଆଜି ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନିତୀ


ପୁରୀ, ୨୮ ଜୁଲାଇ (ହି.ସ.)- ଆଜି ସୋମବାର ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ଅବଗତି ନିମନ୍ତେ ସୂଚନା ଦିଆଯାଇଛି | ଏହି ସମୟରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ |

ଏହା ଏକ ଗୁପ୍ତ ନୀତି | ଏହି ନୀତି ଶ୍ରୀଜୀଉଙ୍କର ଶ୍ରୀପୟରର ସୁରକ୍ଷା ଲାଗି କରାଯାଇଥାଏ । ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି । ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି । ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ । ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିବେ | ବର୍ଷକୁ ଦୁଇ/ ତିନି ଥର ଏହି ନୀତି ଅନୁଷ୍ଠିତ ହୋଇଥାଏ | ରଥଯାତ୍ରା ପରେ ଶ୍ରୀବିଗ୍ରହଙ୍କ ଶ୍ରୀପୟରର ସୁରକ୍ଷା ପାଇଁ ଏହି ନୀତି କରାଯାଇଥାଏ | ନୀତି ସମାପନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ହୋଇଥାଏ l ପରେ ପରେ ଆଳତୀ, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡସିଂହାର ବେଶ, ବଡ଼ସିଂହାର ଭୋଗ ହୋଇ ରାତ୍ର ପହୁଡ଼ କରାଯିବ |

ହିନ୍ଦୁସ୍ଥାନ ସମାଚାର / ବିଜୟ


 rajesh pande